ମେରାଇନ୍‌ ଡ୍ରାଇଭ ମାର୍ଗ ଫଟୋ ଟୁଇଟ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୧(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଉପକୂଳ ଓଡ଼ିଶାର ବହୁତ କ୍ଷତି ସାଧନ କରିଥିଲା। ବିଶେଷ କରି ପୁରୀ ଜିଲାକୁ ବହୁଳ କ୍ଷତି ପହଞ୍ଚାଇଥିଲା। ପର୍ଯ୍ୟଟନର ପ୍ରଶସ୍ତ ମାର୍ଗ ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା। ବାଲୁଖଣ୍ଡର ହଜାର ହଜାର ଗଛ ଉପୁଡିଯିବା ସହ ପଶୁପକ୍ଷୀ ମଧ୍ୟ ପ୍ରଭାବିତ ହୋଇଥିଲା। ହେଲେ ଏହି ଝଡର ପ୍ରାୟ ୮ ମାସ ପରେ ଏହି ମାର୍ଗ ପୂର୍ବ ସୌନ୍ଦର୍ଯ୍ୟ ଫେରି ପାଇଛି। ଏହି ମାର୍ଗର ଏକ ସୁନ୍ଦର ଫଟୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର୍‌ ହ୍ୟାଣ୍ଡେଲରୁ ପୋଷ୍ଟ କରାଯାଇଛି। କୌଣସି ଝଡକୁ ସମ୍ମୁଖୀନ ହୋଇ ପୁଣି ଉଠିବାର ସାମର୍ଥ୍ୟ ଓଡ଼ିଶା ଜନସାଧାରଣଙ୍କ ଅଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri