ମେ’ରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୨-୬: ମେ’ରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଛି। ଗତ ବର୍ଷ ଏହି ସମୟରେ ଏହା ୯୪,୦୧୬ କୋଟି ଟଙ୍କା ଥିଲା। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟରୁ ଜଣାପଡିଛି ଯେ, ମେ’ରେ ୧,୦୦,୨୮୯ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଛି। ତେବେ ଏପ୍ରିଲରେ ଆଦାୟ ହୋଇଥିବା ୧,୧୩,୮୬୫ କୋଟି ଟଙ୍କା ଠାରୁ ଏହା ସାମାନ୍ୟ କମ୍‌। ସେହିପରି ମେ’ରେ ୭୨.୪୫ ଲକ୍ଷ ଜିଏସ୍‌ଟିଆର୍‌-୩ବି ଫର୍ମ ପୂରଣ କରାଯାଇଛି ବୋଲି ମନ୍ତ୍ରଣାଳୟ କହିଛି। ଏପ୍ରିଲରେ ଏହା ୭୨.୧୩ ଲକ୍ଷ ଥିଲା। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ, ମେ’ରେ କେନ୍ଦ୍ରୀୟ ଜିଏସ୍‌ଟି(ସିଜିଏସ୍‌ଟି) ବାବଦରେ ୧୭,୮୧୧ କୋଟି ଟଙ୍କା, ରାଜ୍ୟ ଜିଏସ୍‌ଟି(ଏସ୍‌ଜିଏସ୍‌ଟି) ବାବଦରେ ୨୪,୪୬୨ କୋଟି ଟଙ୍କା, ଏକିକୃତ ଜିଏସ୍‌ଟି(ଆଇଜିଏସ୍‌ଟି) ବାବଦରେ ୪୯,୮୯୧ କୋଟି ଟଙ୍କା ଏବଂ ଉପକର ବାବଦରେ ୮୧୨୫ କୋଟି ଟଙ୍କା ଆଦାୟ ହୋଇଛି। ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଫେବୃୟାରୀ-ମାର୍ଚ୍ଚରେ ଜିଏସ୍‌ଟି କ୍ଷତିପୂରଣ ବାବଦରେ ରାଜ୍ୟଗୁଡ଼ିକୁ ୧୮,୯୩୪ କୋଟି ଟଙ୍କା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri