ମେଶିନ ଦ୍ୱାରା ରଥଟଣା ପ୍ରସ୍ତାବକୁ ବିରୋଧ: ‘ସେବାୟତ ଟାଣିଲେ ହାତୀ ଆବଶ୍ୟକ ପଡ଼ିବ ନାହିଁ’

ପୁରୀ ଅଫିସ,୧୫ା୬:  କରୋନା ଯୋଗୁ ରଥଯାତ୍ରା ହେବ କି ନାହିଁ ତାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। କେନ୍ଦ୍ର ସରକାର ଏବଂ ହାଇକୋର୍ଟ ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡ଼ିଛନ୍ତି। କିନ୍ତୁ ସରକାର ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରିନାହାନ୍ତି। ଅପରପକ୍ଷେ ରଥଯାତ୍ରା ଯେତେ ପାଖେଇ ଆସୁଛି ଶ୍ରଦ୍ଧାଳୁଙ୍କ ମଧ୍ୟରେ ସେତେ ଉତ୍କଣ୍ଠା ବଢିବାରେ ଲାଗିଛି। ଏପଟେ ରଥଖଳାରେ ତିନିରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ଏବଂ ବିଭିନ୍ନ ନିଯୋଗ ସହ ହୋଇଥିବା ଆଲୋଚନାରୁ ରଥଯାତ୍ରାକୁ ନେଇ ସେବାୟତମାନେ ଦୃଢ ଆଶାବାଦୀ ଅଛନ୍ତି। ଏସବୁ ଭିତରେ ରଥଯାତ୍ରାକୁ ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ରଥଟଣାରେ ମେଶିନ କିମ୍ବା ହାତୀ ନିୟୋଜନ ଭଳି ଅନ୍ୟ କୌଣସି ବିକଳ୍ପ ବ୍ୟବସ୍ଥା ସମ୍ପର୍କରେ ସରକାର ବିଚାର କରନ୍ତୁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ମେଶିନ ଦ୍ୱାରା ରଥଟଣା ପ୍ରସ୍ତାବକୁ ବିରୋଧ କରିଛି ଶୁଦ୍ଧସୁଆର ନିଯୋଗ।
ରବିବାର ନିଯୋଗ ସମ୍ପାଦକ ପ୍ରେମାନନ୍ଦ ଦାସମହାପାତ୍ର ଏହାକୁ ବିରୋଧ କରି ଗଣମାଧ୍ୟମକୁ କହିଛନ୍ତି, ଦଇତାପତି ଓ ଶୁଦ୍ଧସୁଆର ମିଶି ୧୭୦ ଜଣ ସେବକ। ଏମାନଙ୍କ ମଧ୍ୟରୁ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ୧୮ ବର୍ଷରୁ କମ୍‌ ପ୍ରାୟ ୩୦ ଜଣ ସେବକ ରଥ ଉପରେ ରହିବେ ଏବଂ ଅନ୍ୟମାନେ ରଥ ଟାଣିବା ଲାଗି ଆମେ ଶ୍ରୀମନ୍ଦିର ପ୍ରଶାସନକୁ ତାଲିକା ଦେଇଛୁ। ସେହିପରି ହାତୀ ରଥ ଟାଣିବା ନେଇ ହେଉଥିବା ଚର୍ଚ୍ଚା ସମ୍ପର୍କରେ ସେ କହିଥିଲେ, ପୂର୍ବରୁ ବାଲିରେ ରଥ ଦବିଗଲେ ହାତୀ ଟାଣୁଥିଲେ। ଏବେ ହାତୀ ଟାଣିଲେ କିଛି ଅସୁବିଧା ନାହିଁ, କିନ୍ତୁ ମେଶିନ ଦ୍ୱାରା ରଥ ଟଣାଯିବା ଠିକ୍‌ ନୁହେଁ। ପୋଲିସ, ସେବାୟତ ଏବେ ରଥ ଟାଣିବାର ବ୍ୟବସ୍ଥା କରାଯାଉ। ବର୍ତ୍ତମାନ ଯଦି ସବୁ ସେବାୟତ ରଥ ଟାଣନ୍ତି ତେବେ ହାତୀର କୌଣସି ଆବଶ୍ୟକ ପଡ଼ିବ ନାହିଁ। କାରଣ ଏବେ ଆଗ ଭଳି ଆଉ ବାଲି ନାହିଁ ବୋଲି ପ୍ରେମାନନ୍ଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri