ମେଶିନ ଲଗାଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

ବୁଗୁଡ଼ା,୧୮।୧(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ କାମ ଯୋଗାଇ ଦେବା ପାଇଁ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଗାଣ ଯୋଜନା (ଏମଜିଏନଆରଇଜିଏସ)ରେ ପ୍ରକଳ୍ପ ଚୟନ କରାଯାଇ ମଞ୍ଜୁର ହେବା ପରେ ଶ୍ରମିକ ପାଇଁ ଡିମାଣ୍ଡ ଦିଆଯାଉଛି ଏବଂ ଡିମାଣ୍ଡ ଦିଆଯିବା ପରେ ମଞ୍ଜୁରପ୍ରାପ୍ତ ପ୍ରକଳ୍ପଗୁଡିକରେ ଶ୍ରମିକ ନିୟୋଜିତ କରିବା ନିୟମ ରହିଛି। ତେବେ କିଛି ଜାଗାରେ ଶ୍ରମିକ ବଦଳରେ ମେଶିନ୍‌ ଲାଗୁଥିବା ବେଳେ କିଛି ସ୍ଥାନରେ ଡିମାଣ୍ଡ ନ ବାହାରୁଣୁ ମେଶିନ୍‌ ଲଗାଇ କାମ ଆରମ୍ଭ ପରେ ଡିମାଣ୍ଡ ବାହାର କରି ଭୂତ ଶ୍ରମିକ ନିୟୋଜନ ପାଇଁ ଯୋଜନା କରାଯାଉଥିବା ଅଭିଯୋଗ ହେଉଛି। ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଭାମଶିଆଳି ପଞ୍ଚାୟତରେ ମନରେଗା ଯୋଜନାରେ ନାଥୁଲି ବନ୍ଧ ଓ ଶୁକୁଆଖାଇ ବନ୍ଧ ପୁନରୁଦ୍ଧାର ସହ ବାଉଁଶିଆଠାରୁ ନାଥୁଲି ଏବଂ ନାଥୁଲି ଠାରୁ ଆର.ଡି ରୋଡ ପର୍ଯ୍ୟନ୍ତ ଲିଡିଙ୍ଗ୍‌ ଚାନେଲ ନିର୍ମାଣ ପାଇଁ ପ୍ରକଳ୍ପ ମଞ୍ଜୁର ହୋଇଛି ଏବଂ ପ୍ରତ୍ୟେକ ପ୍ରକଳ୍ପ ପାଇଁ ୧୦ଲକ୍ଷ ଟଙ୍କା ଲେଖାଏଁ ମଞ୍ଜୁର ହୋଇଛି। ତେବେ ଏହି ପ୍ରକଳ୍ପ ପାଇଁ ମାଷ୍ଟର ରୋଲ ତଥା ଡିମାଣ୍ଡ ବାହାରି ନଥିଲେ ହେଁ ଏଠାରେ ରାତି ଅଧିଆ ମେସିନ୍‌ ଲଗାଇ କାମ କରାଯାଇଥିବାର ଭିଜୁଆଲ ବାହାର କରି ଗ୍ରାମବାସୀ ପ୍ରମାଣ ସହ ବୁଗୁଡ଼ା ବିଡ଼ିଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଡ଼ିଓ ବାସୁଦେବ ନାୟକ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?