ମୋଟେରରେ ସଶସ୍ତ୍ର ଡକାୟତି: ୪୦ ଭରି ସୁନାଗହଣା ସହ ବୁଲେଟ ଧରି ଚମ୍ପଟ ମାରିଲେ ଡକାୟତ

କୋକସରା, ୨୭।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମର ଶାନ୍ତିନଗର ପଡାରେ ରହୁଥିବା ଶିକ୍ଷକ ଯଯାତି ପାଟଯୋଷୀଙ୍କ ବାସଭବନରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ବଡ଼ ଧରଣର ଡକାୟତି ହୋଇଛି । ପ୍ରାୟ ୫ ରୁ ୭ ଜଣ ମୁଖାପିନ୍ଧା ଡକାୟତ ମୁଖ୍ୟ କବାଟ ଭାଙ୍ଗି ଘରେ ପଶି ଯଯାତି ପାଟଯୋଷୀ ତାଙ୍କ ସ୍ତ୍ରୀ କନକଲତା ପାଟଯୋଶୀ ଓ ଦୁଇ ପୁଅଙ୍କୁ ବନ୍ଧୁକ ମୁନରେ ଭୟଭୀତ କରି ଘରେ ଲୁଟ କରିଛନ୍ତି । ପରିବାର କହିବା ଅନୁସାରେ ଘରେ ଥିବା ପ୍ରାୟ ୪୦ ଭରି ସୁନା ଗହଣା ସହ ନଗଦ କିଛି ଟଙ୍କା, ଏକ ବୁଲେଟ ବାଇକ ଓ ଘରେ ଲାଗିଥିବା ସ୍ମାର୍ଟ ଟିଭି, ୨ଟି ମୋବାଇଲକୁ ନେଇ ଡକାୟତମାନେ ଘରେ ସମସ୍ତଙ୍କୁ ଏକ କୋଠରୀରେ ବନ୍ଦ କରି ଚମ୍ପଟ ମାରିଥିଲେ । ଲୁଟ ହୋଇଥିବା ସୁନାଗହଣାର ଆନୁମାନିକ ମୂଲ୍ୟ ୨୪ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଳି ଜଣାପଡିଛି । ଡକାୟତମାନେ ହିନ୍ଦୀ ଓ କଟକି ଭାଷାରେ କଥା ହେଉଥିବା କହିଛନ୍ତି ପରିବାର ଲୋକେ । ପରେ କୌଣସି ମତେ କବାଟକୁ ଭାଙ୍ଗି ଘର ଲୋକେ ପାଖ ପଡୋଶୀଙ୍କୁ କହିବା ସହ ମୋଟେର ଫାଣ୍ଡି ଓ କୋକସରା ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚତ୍ ଘଟଣାସ୍ଥଳରେ ଛାନଭିନ୍‌ ଆରମ୍ଭ କରିଥିବା ବେଳେ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରୀ ନାରାୟଣ ନାୟକ ମଧ୍ୟ ଘଟଣାର ଅନୁଧ୍ୟାନ କରି ତଦନ୍ତ ଜାରି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri