Posted inଜାତୀୟ

ମୋଦିଙ୍କୁ ସୋନିଆଙ୍କ ପ୍ରଶ୍ନ: ଚାଇନା ସୀମାରେ କେମିତି ଶହୀଦ ହେଲେ ୨୦ ଯବାନ

ନୂଆଦିଲ୍ଲୀ,୨୬।୬: ଭାରତ-ଚାଇନା ସୀମାର ଗଲଓ୍ବାନ ଘାଟିରେ ହୋଇଥିବା ସଂଘର୍ଷ ପରେ ଲଗାତାର ବିରୋଧି ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହି କ୍ରମରେ ଶୁକ୍ରବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି, ଚାଇନା ଲଦ୍ଦାଖରେ ଆମ ଜମି ମାଡି ବସିନାହିଁ। ଏକଥା ଦେଶବାସୀ ଜାଣନ୍ତି ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରୁଛନ୍ତି। ତେବେ ଆମର ୨୦ ଯବାନ କେମିତି ଶହୀଦ ହୋଇଛନ୍ତି ବୋଲି ସେ ମୋଦି ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ମୋଦି କହୁଛନ୍ତି ଚାଇନାର ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇିଛି। ହେଲେ ଅନ୍ୟପକ୍ଷରେ ପ୍ରତିରକ୍ଷା ଓ ବୈଦେଶିକ ମନ୍ତ୍ରଣାଳୟ ଲାଗାତର ଭାବେ ଏହାକୁ ନେଇ କାହିଁକି ଆଲୋଚନା କରୁଛି। ଯେତେବେଳେ ଆମେ ଆମର ବୀରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛୁ ସେତେବେଳେ ଦେଶ ଜାଣିବାକୁ ଚାହୁଁଛି ଆମର ୨୦ ଯବାନ ଗଲଓ୍ବାନ ଘାଟିରେ କେମିତି ଓ କାହିଁକି ଶହୀଦ ହେଲେ। ଏହା ପୂର୍ବରୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ସମାନ କଥାକୁ ନେଇ ମୋଦି ସରକାରଙ୍କ ଉପରେ ଖୁବ୍‌ ବର୍ଷିଥିଲେ। ଏହା ପୂର୍ବରୁ ମଧ୍ୟ କଂଗ୍ରେସ ମୋଦି ସରକାରଙ୍କ ଉପରେ ଅଭିଯୋଗ ଆଣିଥିଲା କି ଦେଶର ସୀମା ଅପେକ୍ଷା ମୋଦି ନିଜର ଛବି କଥା ଅଧିକ ଚିନ୍ତା କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri