ମୋଦିଙ୍କ କଥା ରଖିଲେ ପୁଟିନ: ଭାରତ ଆସିବା ପୂର୍ବରୁ କହିଦେଲେ ଏମିତି କଥା

ନୂଆଦିଲ୍ଲୀ/ମସ୍କୋ,୨୭।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତବର୍ଷ ରୁଷିଆ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ, ଯାହାକୁ ପୁଟିନ ଏବେ ଗ୍ରହଣ କରିଛନ୍ତି। ରୁଷଆର ବୈଦେଶିକ ମନ୍ତ୍ରୀ ସେରଗେଇ ଲାଭରୋଭ ଗୁରୁବାର ଏହାକୁ ନିଶ୍ଚିତ କରିଛନ୍ତି ଏବଂ କହିଛନ୍ତି ଯେ, ପୁଟିନଙ୍କ ଭାରତ ଗସ୍ତ ପାଇଁ ପ୍ରସ୍ତୁତି ଚାଲିଛି, ଯଦିଓ ସେ ଗସ୍ତର ତାରିଖ ପ୍ରକାଶ କରିନାହାଁନ୍ତି।

ଲାଭରୋଭ କହିଛନ୍ତି, ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ ଗ୍ରହଣ କରିଛନ୍ତି। ଏବେ ଆମର ପାଳି। ଏହି ଗସ୍ତ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର କାରଣ ଭାରତ ଏବଂ ରୁଷିଆ ମଧ୍ୟରେ ସମ୍ପର୍କ ସର୍ବଦା ମଜଭୁତ ରହିଛି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ତୃତୀୟ କାର୍ଯ୍ୟକାଳ ପରେ ପ୍ରଥମ ବିଦେଶ ଗସ୍ତରେ ରୁଷିଆ ଯାଇଥିଲେ। ଏବେ, ପୁଟିନଙ୍କ ଭାରତ ଗସ୍ତ ଦୁଇ ଦେଶ ମଧ୍ୟରେ ଆହୁରି ମଜଭୁତ ସମ୍ପର୍କର ଏକ ସଙ୍କେତ।

ଏହି ଗସ୍ତ ସମୟରେ, ପୁଟିନ ଏବଂ ମୋଦି ଉଭୟ ୟୁକ୍ରେନ ଯୁଦ୍ଧ, ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବା ପରେ ବିଶ୍ୱ ପରିବର୍ତ୍ତନ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ଆଶା କରାଯାଉଛି। ୟୁକ୍ରେନ ଯୁଦ୍ଧରେ ଭାରତ ସର୍ବଦା ନିରପେକ୍ଷ ମନୋଭାବ ବଜାୟ ରଖିଆସିଛି। ପ୍ରଧାନମନ୍ତ୍ରୀ ମୋଦି ପୁଟିନଙ୍କୁ କହିଥିଲେ ଯେ, ‘ଏହା ଯୁଦ୍ଧର ଯୁଗ ନୁହେଁ’। ଭାରତ ମଧ୍ୟ ରୁଷିଆ ବିରୋଧରେ ଜାତିସଂଘରେ ଗୃହୀତ ପ୍ରସ୍ତାବ ଉପରେ ଭୋଟ ଦେବାରୁ ନିବୃତ୍ତ ରହିଛି ଏବଂ ପୁଟିନଙ୍କ ପ୍ରତି ସାର୍ବଜନୀନ ସମାଲୋଚନାକୁ ଏଡାଇ ଯାଇଛି।

ପ୍ରଧାନମନ୍ତ୍ରୀ ମୋଦି ୨୦୨୪ରେ ଏକ ପଦକ୍ଷେପ ନେଇଥିଲେ ଯାହା ବହୁତ କମ ନେତା କରିଥିଲେ। ସେ ରୁଷିଆ ଏବଂ ୟୁକ୍ରେନ ଉଭୟ ଗସ୍ତ କରିଥିଲେ ଏବଂ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ମଧ୍ୟ ଭେଟିଥିଲେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ଅକ୍ଟୋବରରେ ରୁଷର କାଜାନରେ ବ୍ରିକ୍ସ ଶିଖର ସମ୍ମିଳନୀରେ ମଧ୍ୟ ଯାଇଥିଲେ। ପୁଟିନଙ୍କ ଏହି ଆଗାମୀ ଗସ୍ତ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିପାରିବ ଏବଂ ରୁଷିଆ-ୟୁକ୍ରେନ ଯୁଦ୍ଧର ପ୍ରଭାବ ଉପରେ ନୂତନ ଆଲୋଚନା ପାଇଁ ପଥ ଖୋଲିପାରିବ।

ପୁଟିନ ପୂର୍ବରୁ ୦୬ ଡିସେମ୍ବର ୨୦୨୧ରେ ଭାରତ ଗସ୍ତରେ ଆସିଥିଲେ। ସେହି ସମୟରେ ସେ ମାତ୍ର ୪ ଘଣ୍ଟା ପାଇଁ ଭାରତ ଆସିଥିଲେ ଏବଂ ଏହି ସମୟ ମଧ୍ୟରେ ଭାରତ ଏବଂ ରୁଷିଆ ମଧ୍ୟରେ ୨୮ଟି ଚୁକ୍ତି ସ୍ବାକ୍ଷରିତ ହୋଇଥିଲା। ଏଥିରେ ସାମରିକ ଏବଂ ବୈଷୟିକ ଚୁକ୍ତିନାମା ମଧ୍ୟ ଅନ୍ତର୍ଭୁକ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri