ମୋଦିଙ୍କ ପରେ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ନଜର ଆସିବେ ସାଉଥ୍‌ ସୁପରଷ୍ଟାର

ବେଙ୍ଗାଲୁରୁ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ସାଉଥ ସୁପରଷ୍ଟାର ରଜନୀକାନ୍ତ ବିୟର ଗ୍ରୀଲ୍ସଙ୍କ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ନଜର ଆସିବେ। ମଙ୍ଗଳବାର କର୍ନାଟକ ବାନ୍ଦିପୁରର ଟାଇଗର ରିଜର୍ଭ ଆଣ୍ଡ ନ୍ୟାଶନାଲ ପାର୍କରେ ବିୟରଙ୍କ ସହ ରଜନୀକାନ୍ତଙ୍କ ଶୁଟିଂ ଆରମ୍ଭ ହୋଇଛି। ଏନେଇ କର୍ନାଟକ ଜଙ୍ଗଲ ବିଭାଗ ପକ୍ଷରୁ ସୂଚନା ମିଳିଛି। ଶୁଟିଂ ହେଉଥିବା ସ୍ଥାନର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ରଜନୀକାନ୍ତ ନିଜ ଟିମ୍‌ଙ୍କ ସହ ଯାଉଥିବାର ଦେଖିବାକୁ ମିଳିଛି। ସୂଚନା ମୁତାବକ ଏହି ଶୁଟିଂ ଦୀର୍ଘ ୩ ଦିନ ଧରି ଚାଲିବ। ଏଥିରେ ରଜନୀକାନ୍ତ ଓ ବିୟର ବାନ୍ଦିପୁର ଜଙ୍ଗଲ ଓ ପ୍ରାକୃତିକ ପରିବେଶ ବିଷୟରେ ଆଲୋଚନା କରିବେ। ଏହି ଶୁଟିଂ ପାଇଁ ସୋମବାର ରାତିରେ ବିୟର ନିଜର ୧୮ଜଣ କ୍ରିୟୁ ମେମ୍ବର ସହ ଗୁଣ୍ଡଲୁପେଟ ଟାଉନ୍‌ରେ ପହଞ୍ଚିଥିଲେ। ସେହିପରି ରଜନୀକାନ୍ତ ମଧ୍ୟ ବାନ୍ଦିପୁରର ଏକ ହୋଟେଲରେ ରହିଥିବା ଜଣାପଡ଼ିଛି। ଜଙ୍ଗଲ ବିଭାଗ ପକ୍ଷରୁ ସମସ୍ତଙ୍କ ପାଇଁ ଗାଡିର ବ୍ୟବସ୍ଥା କରାଯାଇଛି। ଏହା ପୂର୍ବରୁ ଏହି ଶୋ’ରେ ପ୍ରଧାନମନ୍ତ୍ରୀ ମୋଦି ନଜର ଆସିଥିଲେ। ୨୦୧୯ ଅଗଷ୍ଟ ୧୨ରେ ଡିସ୍କଭରି ଚ୍ୟାନେଲର ପପୁଲାର ଶୋ’ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ବିୟରଙ୍କ ସହ ମୋଦିଙ୍କୁ ଦେଖିବାକୁ ମିଳିଥିଲା। ତାଙ୍କର ଏହି ଶୋ’କୁ ଉତ୍ତରାଖଣ୍ଡର ଜିମ୍‌ କାର୍ବେଟ ନ୍ୟାଶନାଲ ପାର୍କରେ ଶୁଟିଂ କରାଯାଇଥିବା ବେଳେ ଏଥିରେ ମୋଦି ନିଜର ଆଡ୍‌ଭେଞ୍ଚର ଓ କେତେକ ଅନୁଭୂତିକୁ ଶେୟାର କରିଥିଲେ। ତେବେ ରଜନୀକାନ୍ତ ହେଉଛନ୍ତି ଦ୍ୱିତୀୟ ଭାରତୀୟ ଯିଏ ଏହି ଶୋ’ରେ ନଜର ଆସିବେ। ଏଥିରେ ତାଙ୍କ ସହ ଜଡିତ ଥିବା କେତେକ କୌତୁହଳ ଅନୁଭୂତି ବିଷୟରେ ଜାଣିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri