ମୋଦିଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ ଦାବି

କୋଲକାତା/ଲକ୍ଷ୍ନୌ,୧ା୫: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୪୦ ବିଧାୟକ ଆମ ସହ ସମ୍ପର୍କରେ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରିବାର ଦିନକ ପରେ ତାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମୋଦି ଘୋଡ଼ାବେପାରରେ ସମ୍ପୃକ୍ତ। ତେଣୁ ତାଙ୍କ ପ୍ରାର୍ଥିତ୍ୱ ରଦ୍ଦ କରାଯାଉ ବୋଲି ଟିଏମ୍‌ସି ସୁପ୍ରିମୋ ଦାବି କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀଙ୍କ ପ୍ରଚାର ଉପରେ ନିର୍ବାଚନ କମିଶନ (ଇସି) ୭୨ ବର୍ଷ କଟକଣା ଜାରି କରିବା ଉଚିତ ବୋଲି ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ କହିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ସୋମବାର ପଶ୍ଚିମବଙ୍ଗସ୍ଥିତ ଶ୍ରୀରାମପୁରର ଏକ ସଭାରେ ମମତାଙ୍କୁ ଟାର୍ଗେଟ କରି କହିଥିଲେ, ଟିଏମ୍‌ସିର ୪୦ ବିଧାୟକ ଆମ ସହ ସମ୍ପର୍କରେ ଅଛନ୍ତି, ଯେଉଁମାନେ ମେ ୨୩ରେ ଫଳାଫଳ ଆସିବା ପରେ ଦଳବଦଳ କରି ଭାଜପାକୁ ଆସିଯିବେ। ଏହାକୁ ନେଇ ହୁଗୁଳିରେ ମଙ୍ଗଳବାର ମମତା କହିଛନ୍ତି, ମୋଦି ଏକ ସାମ୍ବିଧାନିକ ପଦରେ ଥାଇ ଅସାମ୍ବିଧାନିକ କାର୍ଯ୍ୟ କରୁଛନ୍ତି। ଦେଶର ପ୍ରଧାନମନ୍ତ୍ରୀ ହେବା ଅଧିକାର ତାଙ୍କର ନାହିଁ। ତାଙ୍କର ନାମାଙ୍କନପତ୍ର ଖାରଜ କରାଯାଉ। ସେ ପ୍ରଥମେ ଦିଲ୍ଲୀକୁ ଜଗନ୍ତୁ ତା’ପରେ ପଶ୍ଚିମବଙ୍ଗର ବିଧାୟକଙ୍କୁ କିଣିବେ ବୋଲି ମମତା ସମାଲୋଚନା କରିଛନ୍ତି। ସେହିପରି ମୋଦିଙ୍କ ମନ୍ତବ୍ୟ ଉତ୍ତେଜକ ଓ ଅଗଣତାନ୍ତ୍ରିକ। ମୋଦି ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ଦର୍ଶାଇ ତାଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିକରି ଇସିଙ୍କ ନିକଟକୁ ପତ୍ର ଲେଖିଛି ଟିଏମ୍‌ସି। ସେହିପରି ଏସ୍‌ପି ଅଧ୍ୟକ୍ଷ ଅଖିଳେଶ କହିଛନ୍ତି, ମୋଦିଙ୍କ ମନ୍ତବ୍ୟ ଲଜ୍ଜାଜନକ। ୧୨୫ କୋଟି ଭାରତୀୟଙ୍କ ଆସ୍ଥା ହରାଇବା ପରେ ପ୍ରଧାନମନ୍ତ୍ରୀ ଏବେ ଅନୈତିକ ଉପାୟରେ ୪୦ ବିଧାୟକଙ୍କ ଦଳବଦଳ ଉପରେ ବିଶ୍ୱାସ କରୁଛନ୍ତି। ଏହା ତାଙ୍କର କଳାଧନ ମାନସିକତା। ମୋଦିଙ୍କ ନିର୍ବାଚନ ପ୍ରଚାର ଉପରେ ୭୨ ଘଣ୍ଟା ନୁହେଁ, ୭୨ ବର୍ଷ ଧରି କଟକଣା ଜାରି କରାଯିବା ଉଚିତ ବୋଲି ଅଖିଳେଶ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri