ମୋଦିଙ୍କ ପ୍ୟାକେଜ ଘୋଷଣାରେ ଅସନ୍ତୋଷ ବ୍ୟକ୍ତ କଲେ ମମତା

କୋଲକାତା,୨୨।୫:ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ତେବେ ମୋଦିଙ୍କ ଏହି ପ୍ୟାକେଜ ଘୋଷଣାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବାତ୍ୟା ଅମ୍ଫନ୍‌ ଯୋଗୁ ପଶ୍ଚିମବଙ୍ଗରେ ୧ ଲକ୍ଷ କୋଟି ଟଙ୍କାର କ୍ଷତି ହୋଇଥିବା ବେଳେ ମୋଦି ୧ ହଜାର କୋଟି ଟଙ୍କା ଘୋଷଣା କରିଛନ୍ତି। ଏତିକି ଟଙ୍କାରେ କ’ଣ ହେବ ବୋଲି ମମତା ପ୍ରଶ୍ନ କରିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ ପାଖରେ ଆମର ୫୬ ହଜାର କୋଟି ଟଙ୍କା ବାକି ପଡ଼ିଛି। ସେ ଟଙ୍କା ଏପର୍ଯ୍ୟନ୍ତ ମିଳି ନ ଥିବା ବେଳେ ଶୁକ୍ରବାର ଘୋଷଣା ହୋଇଥିବା ଟଙ୍କା କେବେ ମିଳୁଛି ସେନେଇ ମଧ୍ୟ କିଛି ଜଣାନାହିଁ ବୋଲି ମମତା କହିଛନ୍ତି। ସୂଚନାଯୋଗ୍ୟ, ବାତ୍ୟା ଅମ୍ଫନ୍‌ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ବାତ୍ୟାରେ ୮୦ ଜଣ ଲୋକ ପ୍ରାଣ ହରାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri