Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ଯିବେ ନାହିଁ ମମତା

କୋଲକତା, ୨୯।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେବେ ନାହିଁ ବୋଲି କହିଛନ୍ତି। ମଙ୍ଗଳବାର ରାତିରେ ଶପଥ ଗ୍ରହଣ ଉତ୍ସବକୁ ଯିବା ପାଇଁ ନିମନ୍ତ୍ରଣ ଆସିଛି ଏବଂ ମୁଁ ଯୋଗଦେବାକୁ ଚେଷ୍ଟା କରିବି ବୋଲି କହୁଥିବା ଦିଦି ଏବେ ସେଠାକୁ ଆଦୌ ଯିବେ ନାହିଁ ବୋଲି କହିଛନ୍ତି। ପ୍ରଥମତଃ ରାଜ୍ୟରେ ରାଜନୈତିକ ହିଂସା ଘଟି ୫୫ ଜଣ ଭାଜପା କାର୍ଯ୍ୟକର୍ତ୍ତା ମୃତ୍ୟୁ ହୋଇଥିବା ଖବର ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ମମତା। ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଅପ୍ରଚାର ଯୋଗୁ ମୁଁ ସେଠାକୁ ଯିବି ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଘଟିଥିବା ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ୫୫ ଜଣ ଭାଜପା ପରିବାରର ସଦସ୍ୟ ସ୍ବତନ୍ତ୍ର ଅତିଥି ଭାବେ ମୋଦିଙ୍କ ଦ୍ୱିତୀୟ ସରକାର ଶପଥ ସମାରୋହରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ପଶ୍ଚିମବଙ୍ଗର ମୋଟ ୪୨ ଲୋକସଭା ଆସନରୁ ଭାଜପା ୧୮ଟି ଜିତିଥିବାବେଳେ ଟିଏମସି ୨୨ ଏବଂ କଂଗ୍ରେସ ୨ଟି ଆସନରେ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri