Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ଯିବେ ନାହିଁ ମମତା

କୋଲକତା, ୨୯।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେବେ ନାହିଁ ବୋଲି କହିଛନ୍ତି। ମଙ୍ଗଳବାର ରାତିରେ ଶପଥ ଗ୍ରହଣ ଉତ୍ସବକୁ ଯିବା ପାଇଁ ନିମନ୍ତ୍ରଣ ଆସିଛି ଏବଂ ମୁଁ ଯୋଗଦେବାକୁ ଚେଷ୍ଟା କରିବି ବୋଲି କହୁଥିବା ଦିଦି ଏବେ ସେଠାକୁ ଆଦୌ ଯିବେ ନାହିଁ ବୋଲି କହିଛନ୍ତି। ପ୍ରଥମତଃ ରାଜ୍ୟରେ ରାଜନୈତିକ ହିଂସା ଘଟି ୫୫ ଜଣ ଭାଜପା କାର୍ଯ୍ୟକର୍ତ୍ତା ମୃତ୍ୟୁ ହୋଇଥିବା ଖବର ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ମମତା। ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ଅପ୍ରଚାର ଯୋଗୁ ମୁଁ ସେଠାକୁ ଯିବି ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଘଟିଥିବା ରାଜନୈତିକ ହିଂସାରେ ମୃତ୍ୟୁବରଣ କରିଥିବା ୫୫ ଜଣ ଭାଜପା ପରିବାରର ସଦସ୍ୟ ସ୍ବତନ୍ତ୍ର ଅତିଥି ଭାବେ ମୋଦିଙ୍କ ଦ୍ୱିତୀୟ ସରକାର ଶପଥ ସମାରୋହରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ପଶ୍ଚିମବଙ୍ଗର ମୋଟ ୪୨ ଲୋକସଭା ଆସନରୁ ଭାଜପା ୧୮ଟି ଜିତିଥିବାବେଳେ ଟିଏମସି ୨୨ ଏବଂ କଂଗ୍ରେସ ୨ଟି ଆସନରେ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri