Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ପାକିସ୍ତାନ ନେତାଙ୍କୁ ମିଳିଲାନି ନିମନ୍ତ୍ରଣ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ନେବାକୁ ଯାଉଛନ୍ତି। ଆସନ୍ତା ୩୦ରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଉତ୍ସବରେ ଯୋଗ ଦେବାକୁ ବିଦେଶରୁ ପ୍ରାୟ ୮ଟି ଦେଶର ନେତାଙ୍କୁ ନିମନ୍ତ୍ରଣ ମିଳିଛି। ହେଲେ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଭାରତର ପଡୋଶୀ ଦେଶ ପାକିସ୍ତାନର କୌଣସି ନେତାଙ୍କୁ ଏହି ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ କରାଯାଇ ନାହିଁ। ସବୁବେଳେ ବନ୍ଧୁତାର ହାତ ବଢାଇଥିବା ଭାରତକୁ ପାକିସ୍ତାନ ଯେଭଳି ଧୋକା ଦେଇ ଚାଲିଛି ତାକୁ ନଜରରେ ରଖି ହୁଏତ ପାକିସ୍ତାନକୁ ଏହି ଉତ୍ସବକୁ ନିମନ୍ତ୍ରଣ ମିଳି ନ ଥିବା ଆଲୋଚନା ହେଉଛି। ତେବେ ଏଥିରେ ଯୋଗଦେବା ଲାଗି ଭୂଟାନ, ଶ୍ରୀଲଙ୍କା, ଥାଇଲାଣ୍ଡ, ମ୍ୟାନମାର, ନେପାଳ ଓ ବାଂଲାଦେଶର ନେତାମାନଙ୍କୁ ନିମନ୍ତ୍ରଣ କରାଯାଇଛି। ସେହିଭଳି କିର୍ଗିସ୍ତାନର ରାଷ୍ଟ୍ରପତି ଓ ମରିଶସର ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଏଥିଲାଗି ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri