Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ୮ ରାଷ୍ଟ୍ରର ନେତା

ନୂଆଦିଲ୍ଲୀ,୨୮ା୫: ଆସନ୍ତା ୩୦ ତାରିଖରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବାବେଳେ ଏହି ଉତ୍ସବରେ ବାଂଲାଦେଶ, ମ୍ୟାନ୍‌ମାର, ଶ୍ରୀଲଙ୍କା, ଥାଇଲାଣ୍ଡ, ନେପାଳ ଓ ଭୁଟାନର ନେତାମାନେ ଯୋଗଦେବେ। ଭାରତ ସରକାରଙ୍କ ପକ୍ଷରୁ ବିମ୍‌ଷ୍ଟେକ୍‌ ସଦସ୍ୟ ରାଷ୍ଟ୍ରର ନେତାମାନଙ୍କୁ ଆମନ୍ତ୍ରଣ କରାଯାଇଛି। ପଡୋଶୀ ପ୍ରଥମ ନୀତିକୁ ସରକାର ପ୍ରାଧାନ୍ୟ ଦେଉଥିବା ଏଥିରୁ ସ୍ପଷ୍ଟ ହୋଇଛି। ଏହା ବ୍ୟତୀତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ଅଧ୍ୟକ୍ଷ ଥିବା କିର୍‌ଗିଜ ରିପବ୍ଲିକ୍‌ ଏବଂ ଚଳିତ ବର୍ଷ ପ୍ରବାସୀ ଭାରତୀୟ ଦିବସରେ ମୁଖ୍ୟ ଅତିଥି ହୋଇଥିବା ମରିସସ୍‌ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କରାଯାଇଥିବା ସରକାରୀ ମୁଖପାତ୍ର କହିଛନ୍ତି। ୨୦୧୪ରେ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ସମସ୍ତ ସାର୍କ ନେତାଙ୍କୁ ଆମନ୍ତ୍ରଣ କରାଯାଇଥିଲା।
ଗୁରୁବାର ରାତି ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଧାନମନ୍ତ୍ରୀ ଓ ମନ୍ତ୍ରୀ ପରିଷଦର ଅନ୍ୟ ସଦସ୍ୟମାନଙ୍କୁ ଶପଥ ପାଠ କରାଇବେ। ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ରାଷ୍ଟ୍ରପତି ଶନିବାର ମୋଦଙ୍କୁ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ଦେଇଥିଲେ ଏବଂ ସରକାର ଗଠନ ଲାଗି ତାଙ୍କୁ ଆମନ୍ତ୍ରଣ କରିଥିଲେ। ୫୪୩ ଆସନ ବିଶିଷ୍ଟ ଲୋକ ସଭାରେ ୫୪୨ ଆସନ ଲାଗି ନିର୍ବାଚନ ହୋଇଥିବାବେଳେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ୩୫୩ ଆସନରେ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri