ମୋଦିଙ୍କ ଶାସନରେ ଗରିବ ଲାଭାନ୍ବିତ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଗରିବମାନେ ସର୍ବାଧିକ ଲାଭାନ୍ବିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଶନିବାର ମୋଦିଙ୍କ ଜନ୍ମ ସପ୍ତାହ ଅବସରରେ ଭାଜପା ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ସେବା ସପ୍ତାହ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ସ୍ଥାନୀୟ ଭରତପୁର ଅଞ୍ଚଳରେ ସେବା ସପ୍ତାହ ଉପଲକ୍ଷେ ରକ୍ତଦାନ ଶିବିର, ଭିନ୍ନକ୍ଷମମାନଙ୍କୁ ଉପକରଣ ବଣ୍ଟନ ଓ ସ୍ବାସ୍ଥ୍ୟ ଶିବିର ଆୟୋଜନ ସମୟରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଜଳ ସଂରକ୍ଷଣ ସହ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବର୍ଜନ ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି ୨ଟି ପଦକ୍ଷେପ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଉପଯୁକ୍ତ ସମ୍ମାନ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ୧୨୫ କୋଟି ଜନତା ନିଜେ ଦାୟିତ୍ୱ ନେଇ ପାଦେ ଆଗକୁ ବଢାଇଲେ ସେବା ସପ୍ତାହର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହେବ। ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀଙ୍କ ୬୯ ବର୍ଷ ପୂର୍ତ୍ତି ଅବସରରେ ଦେଶର ପ୍ରଧାନ ସେବକଙ୍କ ଆଦର୍ଶକୁ ଦେଶର ସାମାନ୍ୟ ଲୋକ ପାଳନ କରିବା ପାଇଁ ସେବା ଦିବସ ଅଭିଯାନ ପାଳନ କରାଯାଉଥିବା କେନ୍ଦ୍ର ମନ୍ତ୍ରୀ ଉଲ୍ଲେଖ କରିଥିଲେ। ଏହି ଅଭିଯାନ ଆସନ୍ତା ୨୦ ଯାଏ ଚାଲିବ। ସେହିପରି ସ୍ବାସ୍ଥ୍ୟ ଓ ରକ୍ତଦାନ ଶିବିର ପଞ୍ଚାୟତସ୍ତରରେ ମଧ୍ୟ ଚାଲିବ। ଏହିପରି କଳ୍ପନା ତଥା ବିଚାର ସଭାସମିତିରେ ସୀମିତ ନ ରହୁ। ସେହିପରି ସେବା ସପ୍ତାହ ବାର୍ତ୍ତାକୁ ସାମାଜିକ ଗଣମାଧ୍ୟମରେ ଲୋକମାନଙ୍କୁ ନିବେଦନ କରିବା ସହ ନିଜେ କରିଥିବା ସେବା କାର୍ଯ୍ୟର ଫଟୋ, ଫେସବୁକ୍‌ ଏବଂ ଟୁଇଟରରେ ଛାଡିବା ସହ ବନ୍ଧୁମାନଙ୍କୁ ପ୍ରେରିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri