ମୋଦିଙ୍କ ସମ୍ମାନରେ ଛତା ଧରିଲେ କିରଗିଜ୍‌ସ୍ଥାନ ରାଷ୍ଟ୍ରପତି

ବିଶକେକ୍‌,୧୫।୬: ଶୀଲଙ୍କା ପରେ ଏବେ କିରଗିଜ୍‌ସ୍ଥାନରେ ବଢ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ। ସେଠାକାର ରାଷ୍ଟ୍ରପତି ମୋଦିଙ୍କ ପାଇଁ ଛତା ଧରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ସଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ବୈଠକରେ ଯୋଗଦେବା ପାଇଁ ବିଶ୍‌କେକ୍‌ ଯାଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିସକେକ୍‌ରେ ମୋଦିଙ୍କୁ ସମ୍ମାନ ସହ ଜୋରଦାର ସ୍ବାଗତ କରାଯାଇଥିଲା। ଏହାକୁ ନେଇ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଏସ୍‌ସିଓ ସମ୍ମିଳନୀ ବୈଠକର ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମୋଦି ଯାଉଥିବା ବେଳେ ବର୍ଷା ହୋଇଥିଲା। ସେହି ସମୟରେ ମୋଦିଙ୍କ ସୁରକ୍ଷାକର୍ମୀଙ୍କ ବଦଳରେ କିରଗିଜ୍‌ସ୍ଥାନ ରାଷ୍ଟ୍ରପତି ସୁରୋନବେ ଜୀନବେକବ ତାଙ୍କ ପାଇଁ ଛତା ଧରିଥିଲେ। ସୁରୋନବେ ମୋଦିଙ୍କୁ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ଛତା ଧରି ନେଇଥିଲେ।

ସେହିପରି ଗତ ସପ୍ତାହରେ ମୋଦି ଶ୍ରୀଲଙ୍କା ଗସ୍ତରେ ଯାଇଥିବା ବେଳେ ରାଜଧାନୀ କଲୋମ୍ବରେ ପହଞ୍ଚିବା ପରେ ବର୍ଷା ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ବର୍ଷା ପଡିବା ପୂର୍ବରୁ ଅନ୍ୟ ଅଧିକାରୀଙ୍କ ବଦଳରେ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଲ ସିରିସେନା ଛତା ଧରିଥିଲେ। ଏସ୍‌ସିଓ ଶିଖର ସମ୍ମିଳନୀ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଓ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ମଧ୍ୟ ଯୋଗଦେଇଥିଲେ। ଦୁଇ ଦେଶର ପ୍ରଧାନମନ୍ତ୍ରୀଙ୍କ ଭିତରେ କୌଣସି କଥାବାର୍ତ୍ତା ହୋଇ ନ ଥିବା ବେଳେ ବୈଠକରେ ମୋଦି ପାକିସ୍ତାନକୁ ଆତଙ୍କବାଦ ପ୍ରସଙ୍ଗରେ ଘେରି କୂଟନୈତିକ ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri