ମୋଦିଙ୍କ ହ୍ୟୁଷ୍ଟନ ସମାବେଶରେ ଯୋଗଦେବେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭ା୯: ଭାରତ-ଆମେରିକା ସମ୍ପର୍କ ବୃଦ୍ଧି ଲାଗି ଆସନ୍ତା ରବିବାର ହ୍ୟୁଷ୍ଟନ୍‌ ସହରରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିନନ୍ଦନ ସମାବେଶରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଯୋଗଦେବେ ବୋଲି ଜଣାପଡିଛି। ହ୍ବାଇଟ ହାଉସ୍‌ ପକ୍ଷରୁ ଏହା ଘୋଷଣା କରାଯାଇଛି। ଭାରତୀୟ ଆମେରିକୀୟମାନଙ୍କ ପକ୍ଷରୁ ସେପ୍ଟେମ୍ବର ୨୨ରେ ଆୟୋଜିତ ଏହି ସମିଟ୍‌ ଅବସରରେ ମୋଦି ଓ ଟ୍ରମ୍ପ୍‌ ଏକାଠି ହେବେ। ଏହା ବ୍ୟତୀତ ଆମେରିକା କଂଗ୍ରେସର ବହୁ ସଦସ୍ୟ, ବିଶିଷ୍ଟ ଶିଳ୍ପପତି, ବ୍ୟବସାୟୀ ଓ ଅନ୍ୟ ପ୍ରମୁଖ ବ୍ୟକ୍ତିମାନେ ସମିଟ୍‌ରେ ଯୋଗଦେବେ। ଏହି ଅବସରରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିନାମା ସମ୍ପର୍କରେ ମଧ୍ୟ ଘୋଷଣା ହେବା କାର୍ଯ୍ୟକ୍ରମ ରହିଛି। ଏକ ମିଳିତ ରାଲିରେ ଦୁଇ ବୃହତ୍‌ ଗଣତନ୍ତ୍ରର ପ୍ରମୁଖ ନେତା ଉଦ୍‌ବୋଧନ ଦେବା ପ୍ରଥମ ଘଟଣା ବୋଲି ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ମେଗା ଅଭିନନ୍ଦନ ର଼୍ୟାଲିରେ ଆମେରିକାରେ ରହୁଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ ସାମିଲ ହେବେ। ଦୁଇ ଦେଶର ଜନସାଧାରଣଙ୍କ ମଧ୍ୟରେ ସମ୍ପର୍କକୁ ମଜଭୂତ କରିବାରେ ଏହା ବଡ଼ ସୁଯୋଗ ବୋଲି ହ୍ବାଇଟ୍‌ ହାଉସ ପ୍ରେସ୍‌ ସଚିବ ଷ୍ଟିଫେନି ଗ୍ରିଶାମ କହିଛନ୍ତି। ପ୍ରବାସୀ ଭାରତୀୟଙ୍କ ଗହଣରେ ସେ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କୁ ସ୍ବାଗତ କରିବେ ବୋଲି ମୋଦି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri