ମୋଦି ପ୍ରଥମେ ନିଅନ୍ତୁ କରୋନା ଭ୍ୟାକ୍ସିନ ତା’ପରେ ଆମେ ନେବୁ: ତେଜପ୍ରତାପ

ପାଟନା,୮ ।୧: କରୋନା ଭାଇରସ ସଂକ୍ରମଣ ଲୋକଙ୍କ ମନରେ ଯେତିକି ଭୟ ସୃଷ୍ଟି କରିଥିଲା ଏହାର ଭ୍ୟାକ୍ସିନ ବା ଟିକା ଆସିବା ପରେ ଲୋକଙ୍କ ମନରେ ସେତିକି ଉତ୍ସାହ ପରିଲକ୍ଷିତ ହୋଇଛି । ହେଲେ ଏବେ ଏହି କରୋନା ଭ୍ୟାକ୍ସିନକୁ ନେଇ ନାନା ପ୍ରଶ୍ନ ଉଠୁଥିବା ବେଳେ କେହି କେହି ଏହା ନେବାକୁ ଭୟ କରୁଥିବା ଦେଖାଯାଇଛି । ଆଉ କେହି ଏହାକୁ ରାଜନୈତିକ ରୂପ ମଧ୍ୟ ଦେଇ ସାରିଛନ୍ତି । ଦେଶରେ କରୋନା ଭାଇରସ ପାଇଁ ଡ୍ରାଏରନ୍ ଚାଲିଥିବା ବେଳେ ଏହା ପ୍ରଥମେ କାହାକୁ ମିଳିବ ତାକୁ ନେଇ ବି ପ୍ରଶ୍ନ ଉଠିଛି । ଇତିମଧ୍ୟରେ ବିହାରର ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ନେତା ତେଜପ୍ରତାପ ଯାଦବ କହିଛନ୍ତି କରୋନା ଟିକା ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଅନ୍ତୁ ତା’ପରେ ଆମେ ନେବୁ । ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ଜଣେ କଂଗ୍ରେସ ନେତା ଏହି କଥା କହିଥିଲେ । ଏହାସହ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପ୍ରଥମେ କହିଥିଲେ କି ଏହା ହେଉଛି ଭାରତୀୟ ଜନତା ପାର୍ଟି(ଭାଜପା)ର ଟିକା ତେଣୁ ମୁଁ ଏହାକୁ ନେବି ନାହିଁ । ଏପଟେ ଦେଶରେ ଦୁଇଟି କରୋନା ଟିକାକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ମିଳିଥିବା ବେଳେ ଏହା ଖୁବ୍‌ଶୀଘ୍ର ଉପଲବ୍ଧ ହେବ ବୋଲି କୁହାଯାଇଛି । ଆଉ ଏହି ଟିକା ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବୋଲି ସରକାର ସ୍ପଷ୍ଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri