Posted inଜାତୀୟ

ମୋଦି ସରକାରଙ୍କୁ ଝଟ୍‌କା: ଜମ୍ମୁ-କଶ୍ମୀରରେ ଲଗାଯାଇଥିବା ପ୍ରତିବନ୍ଧକ ଉପରେ ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ସମୟରେ ସେଠାରେ ଲଗାଯାଇଥିବା ପ୍ରତିବନ୍ଧକ ବିରୋଧରେ କରାଯାଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ସେଠାରେ ଦୀର୍ଘ ଦିନରୁ ଇଣ୍ଟରନେଟ ସେବା ପ୍ରତିବନ୍ଧକ ଓ ୧୪୪ ଧାରା ଲଗାଯାଇଥିବାରୁ ଏହାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଇଣ୍ଟରନେଟ ସେବା ଜନସାଧାରଣଙ୍କର ମୌଳିକ ଅଧିକାର, ଏହି ଧାରା ୧୯ର ଅନ୍ତର୍ଗତ। କେବଳ ସୀମିତ ସମୟ ପାଇଁ ଏହା ଉପରେ ପ୍ରତିବନ୍ଧକ ଲଗାଯାଇପାରିବ। କିନ୍ତୁ ସରକାର ଦୀର୍ଘଦିନ ଧରି ଏହି ସେବା ବନ୍ଦ କରିପାରିବେ ନାହିଁ। ଲଗାତର କଟକଣା ଲଗାଇବା କ୍ଷମତାର ଅପବ୍ୟବହାର ସଙ୍ଗେ ସମାନ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଣୁ ଏହାକୁ ନେଇ ସରକାର ଆଗାମୀ ୭ଦିନରେ ସମୀକ୍ଷା କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସରକାର ୭ଦିନ ମଧ୍ୟରେ ଇଣ୍ଟରନେଟ କଟକଣା ଓ ୧୪୪ ଧାରା ଭଳି ସମସ୍ତ ପ୍ରତିବନ୍ଧକର ନିଷ୍ପତ୍ତିକୁ ସମୀକ୍ଷା କରି ଏହାକୁ ସାର୍ବଜନୀନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri