Posted inଜାତୀୟ

ମୋଦି ସରକାରଙ୍କ ବିଦେଶ ନୀତି: ୨ ବର୍ଷରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା

ନୂଆଦିଲ୍ଲୀ,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ ସମୟରେ ଗତ ୨ ବର୍ଷ ମଧ୍ୟରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା ଦିଆଯାଇଛି। ଏନେଇ ଲୋକ ସଭାରେ ଆଗତ ହୋଇଥିବା ଏକ ପ୍ରଶ୍ନର ଉତ୍ତରରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୦୧୬ ଏବଂ ୨୦୧୭ରେ ମୋଟ ୮୭ ହଜାର ୬ଶହ ୬୯ ପାକିସ୍ତାନୀଙ୍କୁ ଭିଜା ଦିଆଯାଇଥିବାବେଳେ ୨୩ ଲକ୍ଷରୁ ଅଧିକ ବାଂଲାଦେଶୀଙ୍କୁ ଭିଜା ମିଳିଛି। ୨୦୧୬ରେ ୫୨ ହଜାର ୫ଶହ ୨୫ ପାକିସ୍ତାନୀଙ୍କୁ ଭିଜା ଦେଇଥିଲେ। ସେହିପରି ୨୦୧୭ରେ ୩୫ ହଜାର ଶହେ ୪୪ ଜଣ ପାକିସ୍ତାନୀଙ୍କୁ ଭିଜା ଦିଆଯାଇଥିଲା। ଅପରପକ୍ଷରେ ୨୦୧୬ରେ ୯ ଲକ୍ଷ ୩୩ ହଜାର ୬ଶହ ୯୫ ବାଂଲାଦେଶୀଙ୍କୁ ଭିଜା ଦିଆଯାଇଥିଲା। ତେବେ ୨୦୧୭ରେ ଏହା ବୃଦ୍ଧି ପାଇ ୧୩ ଲକ୍ଷ ୭୦ ହଜାର ୪ଶହ ୨୦ରେ ପହଞ୍ଚିଥିଲା। ଏମ୍‌ପି ବିଷ୍ଣୁ ଦୟାଲ ରାମ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଏନେଇ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri