ମୋଦି ହଟାଅ, ସମ୍ବିଧାନ ବଞ୍ଚାଅ ସ୍ଲୋଗାନରେ କମ୍ପିଲା ଯାଜପୁର

ଯାଜପୁର ଟାଉନ,୧୮।୪: (ଡି.ଏନ.ଏ.) ଅଖିଳ ଭାରତ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ପ୍ରଦେଶ କଂଗ୍ରେସର ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନରେ ଯାଜପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ଜୟ ଭାରତ ସତ୍ୟାଗ୍ରହ ଏବଂ ବିକ୍ଷୋଭ ସମାବେଶ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା କଂଗ୍ରେସର ସଭାପତି ମନୋଜ କୁମାର ରାଉତଙ୍କ ସଭାପତିତ୍ୱରେ ଏକ ବିଶାଳ ଶୋଭାଯାତ୍ରା ସ୍ଥାନୀୟ କିଆନାଳୀ ଛକଠାରୁ ବାହାରି ସହର ପରିକ୍ରମା କରିବା ସହିତ ମୋଦି ହଟାଅ ଓ ସମ୍ବିଧାନ ବଞ୍ଚାଅ ସ୍ଲୋଗାନ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିଶାଳ ସମାବେଶର ଆୟୋଜନ କରାଯାଇଥିଲା। ଏହି ସଭାରେ ପର୍ଯ୍ୟବେକ୍ଷକ ଭାବେ ବାଲିକୁଦା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର, ପୂର୍ବତନ ରାଜ୍ୟସଭା ସଦସ୍ୟ ରାମଚନ୍ଦ୍ର ଖୁଣ୍ଟିଆ, ସୁକିନ୍ଦାର ପୂର୍ବତନ ବିଧାୟକ ଶରତ ରାଉତ, ଯାଜପୁର ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ସନ୍ତୋଷ ନନ୍ଦ, ରାଜ୍ୟ ମହିଳା କଂଗ୍ରେସର ସଭାନେତ୍ରୀ ବନ୍ଦିତା ପରିଡ଼ା, ବଡ଼ଚଣା ନେତା କ୍ୟାପଟେନ ରାଜନାରାୟଣ ମହାପାତ୍ର, ଜିଲା ମହିଳା କଂଗ୍ରେସର ସଭାନେତ୍ରୀ ରୀତାଶ୍ରୀ ମହାନ୍ତି, କନକଲତା ମଲିକ ପ୍ରମୁଖ ଯୋଗଦେଇ କେନ୍ଦ୍ର ସରକାର ଗଣତନ୍ତ୍ର ଓ ସମ୍ବିଧାନ ହତ୍ୟାକୁ ନେଇ ବର୍ଷିବା ସହିତ ଓଡ଼ିଶାରେ ମିଛୁଆ ସରକାର ଚାଲିଛି ା କେନ୍ଦ୍ରରେ ସମ୍ବିଧାନ ଓ ଗଣନ୍ତ୍ରତକୁ ହତ୍ୟା କରୁଥ୍‌ତ୍ବା ସରକାର ଚାଲିଛି ବୋଲି ବକ୍ତବ୍ୟ ରଖିଥିଲେ। ଏହି ବିକ୍ଷୋଭ ସମାବେଶରେ ଯାଜପୁର ଜିଲାରୁ ହାରାହାରି ୩ ହଜାରରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ ଓ ନେତୃମଣ୍ଡଳୀ ଯୋଗଦେଇଥିଲେ। ଏହି ସମାବେଶରେ ଯାଜପୁରର ବରିଷ୍ଠ ନେତା ଦିଗମ୍ବର କର, ବଳଭଦ୍ର ଦାସ, ଦଳିତ ସେଲର ସଭାପତି ଦୁର୍ଯ୍ୟୋଧନ ବେହେରା, ଦିଲ୍ଲିପ ଦାସ, ରଞ୍ଜିତା ରାଉତ, ଦେବେନ୍ଦ୍ର ପଣ୍ଡା, ଚନ୍ଦ୍ରଶେଖର ସାହୁ, ପ୍ରଶାନ୍ତ ସାହୁ, ଅରଜିତ ନାୟକ, ଆଲୋକ ବେହେରା, ସଂଗ୍ରାମ ସାହଣୀ, ସନ୍ତୋଷ ସାହୁ, ସଂଗ୍ରାମ ଜେନା, ବିଭୁତି ଭୂଷଣ ମହାପାତ୍ର, ଭରତ ଚନ୍ଦ୍ର ସାମଲ, ଦିଲୁ ପତି, ବିଳାସ ରାଉତ, ଅପର୍ଣ୍ଣାଧିର ସିଂ, ସନ୍ତୋଷ ବେହେରା ପ୍ରମୁଖ ସାମିଲ ହୋଇଥିଲେ। କାର୍ଯ୍ୟକାରୀ ସଭାପତି ବିଷ୍ଣୁ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri