ମୋବାଇଲରେ ଗପି ଗାଡ଼ି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର,୨।୧(ବ୍ୟୁରୋ): ଏଣିକି ମୋବାଇଲରେ ଗପି ଗାଡ଼ି ଚଲାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ। ସଡ଼କ ନିରାପତ୍ତାକୁ ନେଇ ଗଠିତ ସୁପ୍ରିମକୋର୍ଟ କମିଟି ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ପରିବହନ କମିଶନର ବୁଧବାର ସମସ୍ତ ଆର୍‌ଟିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମାଲବାହୀ ଯାନରୁ ଡେଇଁବା, ନିର୍ଦ୍ଧାରିତ ବେଗରୁ ଦ୍ରୁତ ଗତିରେ ଗାଡ଼ି ଚଲାଇବା, ଓଭରଲୋଡିଂ, ମାଲବାହୀ ଯାନରେ ଯାତ୍ରୀ ପରିବହନ କରି ଧରାପଡ଼ିଲେ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ବାତିଲ ହେବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।

ସୁପ୍ରିମକୋର୍ଟ କମିଟି ତ୍ରୈମାସିକ ସମୀକ୍ଷା କଲା ବେଳେ ଏଭଳିି ପ୍ରମାଣ ପାଇବା ସହ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି। ମଦ୍ୟପ ଚାଳକଙ୍କର ଶତ ପ୍ରତିଶତ ଲାଇସେନ୍ସ କିଭଳି ବାତିଲ ହେବ ସେ ଦିଗରେ କଡ଼ା ପଦକ୍ଷେପ ନେବାକୁ ସମସ୍ତ ଆର୍‌ଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରକାଶଯୋଗ୍ୟ, ପୂର୍ବରୁ ମଦ୍ୟପ ଗାଡ଼ି ଚାଳକଙ୍କ ଲାଇସେନ୍ସ ବାତିଲ କରିବା ପାଇଁ ନିର୍ଦ୍ଦେଶ ରହିଥିଲା। ତା’ ସହ ଗିରଫ କରିବା ପାଇଁ ମଧ୍ୟ ଆଦେଶ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri