Posted inଜାତୀୟ

ମୋବାଇଲ୍‌ ବ୍ୟବହାର ନ କରିବା ପାଇଁ ଜମ୍ମୁ-କଶ୍ମୀର ଟ୍ରାଫିକ୍‌ ପୋଲିସର ବିଭ୍ରାନ୍ତି ଜନକ ସାଇନ୍‌ ବୋର୍ଡ: ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୦।୬: ଜମ୍ମୁ-କଶ୍ମୀର ଟ୍ରାଫିକ୍‌ ପୋଲିସ ଦ୍ୱାରା ଲଗାଯାଇଥିବା ଏକ ସାଇନ୍‌ ବୋର୍ଡ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ଜାତୀୟ ରାଜପଥ ମୋଗଲ ରୋଡ୍‌ଠାରେ ଲାଗିଥିବା ଏହି ସାଇନ୍‌ ବୋର୍ଡରେ ମୋବାଇଲ୍‌ ବ୍ୟବହାର ନ କରିବା ପାଇଁ ବିଭ୍ରାନ୍ତି ଜନକ ଲେଖା ରହିଛି। ଅନେକ ଦିନ ଧରି ଏଠାରେ ଏହା ଲାଗିଥିଲେ ମଧ୍ୟ କିଭଳି ପ୍ରଶାସନର ଦୃଷ୍ଟିକୁ ଆସି ନାହିଁ ସେନେଇ ଚର୍ଚ୍ଚା ଜାରି ରହିଛି। ଏହାର ଭିଡ଼ିଓ ଭାଇରାଲ ହେବା ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଲେଖା ଯାଇଛି ‘ଡୋଣ୍ଟ୍‌ ୟୁଜ୍‌ ମୋବାଇଲ୍‌ ଫୋନ୍‌ ହ୍ବାଇଲ୍‌ ଡ୍ରିଙ୍କିଙ୍ଗ୍‌’। ଏନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜମ୍ମୁ-କଶ୍ମୀର ଏସ୍‌ପି ମୋହନଲାଲ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri