ମୋବାଇଲ ଚୋରି ର଼୍ୟାକେଟ୍‌: ୪ ଗିରଫ

ମୁରିବାହାଲ, ୩।୧୦ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ପୋଲିସ ମୋବାଇଲ ଲୁଟ ର଼୍ୟାକେଟର ୪ଜଣଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୩ଟି ମୋବାଇଲ ଓ ଗୋଟିଏ ବାଇକ ଜବତ କରାଯାଇଛି। ଲୁଟ୍‌ ସମ୍ପର୍କରେ ପଚରାଉଚରା ପରେ ଗୁରୁବାର ଅପରାହ୍ନରେ ୪ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୩ଜଣ ଲୁଟେରା ଓ ଅନ୍ୟ ଜଣେ କ୍ରେତା ରହିଛନ୍ତି। ସେମାନେ ହେଲେ ଖଜୁରପଡାର ମୁଖ୍ୟ ଅଭିଯୁକ୍ତ ମକୁନ୍ଦ ବାଗ, ତାଙ୍କର ୨ସହଯୋଗୀ ସୂରଜ ମହାନନ୍ଦ ଓ ଭାଗ୍ୟସର ପୁଟେଲ ଏବଂ ଚୋରି ମୋବାଇଲ କ୍ରୟ କରିଥିବା ସଇଁତଲା ଥାନା ଫପସି ଗ୍ରାମର ସୁଦାମ ମହାନନ୍ଦ।
ଏ ନେଇ ମୁରିବାହାଲ ଥାନା ପରିସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଣ୍ଟାବାଞ୍ଜି ଏସ୍‌ଡିପିଓ ସରୋଜ କୁମାର ମହାପାତ୍ର। ତାଙ୍କ ସୂଚନା ଅନୁଯାୟୀ, ୨୦୧୯ ଅଗଷ୍ଟ ୩୦ତାରିଖରେ ମୁରିବାହାଲ ଥାନା ହଳଦୀ ଗ୍ରାମର ଆଲବମ୍‌ ଅଭିନେତା ଜିତେନ୍ଦ୍ର କୁମ୍ଭାରଙ୍କର ମୋବାଇଲ ହାଇସ୍କୁଲ ଖେଳ ପଡିଆ ନିକଟରେ ଲୁଟ ହୋଇ ଯାଇଥିଲଶ। ଏ ନେଇ ଅଭିଯୋଗ ହେବା ପରେ ପୋଲିସ ଏକ ସ୍ବତନ୍ତ୍ର ଦଳ ଗଠନ କରିଥିଲା। ଟାକ୍ରିଂ କରିବା ପରେ ମୁଖ୍ୟ ଅଭିଯୁକ୍ତ ଖଜୁରପଡାର ମକୁନ୍ଦ ବାଗଙ୍କୁ ପୋଲିସ ଧରିଥିଲା। ଏହି ଲୁଟ୍‌ରେ ତାଙ୍କୁ ସହଯୋଗ କରିଥିବା ସୂରଜ ମହାନନ୍ଦ ଓ ଭାଗ୍ୟସର ପୁଟେଲଙ୍କୁ ଗିରଫ କରିଥିଲା ପୋଲିସ। ଅଭିଯୁକ୍ତମାନଙ୍କଠାରୁ ୩ଟି ରେଡମି, ଅପୋ ଓ ଏମଆଇ ମୋବାଇଲ ଜବତ କରାଯାଇଛି। ଅଭିଯୁକ୍ତମାନେ ବ୍ୟବହାର କରୁଥିବା ବାଇକ ନଂ.ଓଡି ୦୩ ଏଲ-୬୧୨୪ କୁ ମଧ୍ୟ ପୋଲିସ ଜବତ କରିଛି। ଏ ନେଇ ମୁରିବାହାଲ ଥାନାରେ ଦଫା, ୩୭୯, ୩୯୨, ୪୧୧ରେ ଏକ ମାମଲା (ନଂ. ୧୧୨/୧୯) ରୁଜୁ କରାଯାଇଛି । ଉକ୍ତ ମୋବାଇଲଗୁଡିକକୁ କ୍ରୟ କରିଥିବା ଫପସି ଗ୍ରାମର ସୁଦାମ ମହାନନ୍ଦଙ୍କୁ ମଧ୍ୟ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ମକୁନ୍ଦ ବାଗଙ୍କ ନାମରେ ପୂର୍ବରୁ ଟିଟିଲାଗଡ, କଣ୍ଟାବାଞ୍ଜି, ସଇଁତଲା, କଳାହାଣ୍ଡି ଜିଲାର କେସିଙ୍ଗା ଓ କେଗାଁ ପ୍ରଭୃତି ଥାନାରେ ଏକାଧିକ ମାମଲା ରହିଥିବା ଏସ୍‌ଡିପିଓ ମହାପାତ୍ର ସୂଚନା ଦେଇଛନ୍ତି । ଖବରଦାତା ସମ୍ମିଳନୀରେ ମୁରିବାହାଲ ଥାନା ଅଧିକାରୀ ରଞ୍ଜନ କୁମାର ବରିଆ ଓ ଏସଆଇ ସରୋଜରଞ୍ଜନ ରଥ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri