ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ : ପଞ୍ଚାୟତ ସମସ୍ୟା ଜଣାଇଲେ ଲୋକେ

ଶେରଗଡ଼,୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ କୁମାରପାଣି ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ର ଗୃହରେ ଗୁରୁବାର ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ମୋ ନିବେଦନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବ୍ଲକ ଅଧ୍ୟକ୍ଷ ସାରସ ସ୍ବାଇଁ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପଞ୍ଚାୟତର ବିଭିନ୍ନ ଗ୍ରାମରେ ଉପୁଜିଥିବା ସାମସ୍ୟାକୁ ଉପସ୍ଥାପନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମକୁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୁତ କୁଲାଙ୍ଗେ ଆରମ୍ଭ କରିଥିଲେ। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାନୀୟ ଜଳ ସମସ୍ୟା, ପଞ୍ଚାୟତରେ ମାଗଣା ଔଷଧ ମିଳୁ ନ ଥିବା ଉପସ୍ଥିତ ଲୋକମାନେ ଅଭିଯୋଗ କରିଥିଲେ। ପରେ ସ୍ବାସ୍ଥ୍ୟ ବିଭାଗ, କୃଷି ବିଭାଗ, ଉଦ୍ୟାନ କୃଷି ବିଭାଗ, ମାଛ ଚାଷ, ପଶୁ ଚିକିତ୍ସା, ରାଜସ୍ବ ବିଭାଗରେ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ କୁହାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବିଡିଓ ସୁରଞ୍ଜନ କୁମାର ସାହୁ,ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ା, ସହକାରୀ କୃଷି ଅଧିକାରୀ ସୁବ୍ରତ କୁମାର ବାରିକ, ମାଛ ଅଧିକାରୀ ଶୁଭ୍ରକାନ୍ତ ବାରିକ, ଉଦ୍ୟାନକୃଷି ବିଭାଗ ଅଧିକାରୀ ସୌରଭ ପାଣିଗ୍ରାହୀ, କୁମାରପାଣି ସରପଞ୍ଚ ଲଷ୍ମୀ ପ୍ରଧାନ, ସହକାରୀ ଯନ୍ତ୍ରୀ ମହୀନ୍ଦ୍ର କୁମାରଙ୍କ ସମେତ ବହୁ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri