‘ମୋ ବସ୍‌’ ଷ୍ଟପ୍‌ରେ ପାର୍କିଂ, କାର୍‌ ନମ୍ବରରେ ଚାଲାଣ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସହରରେ ଥିବା ବିଭିନ୍ନ ‘ମୋ ବସ୍‌’ ଷ୍ଟପ୍‌ ଓ ଏହା ସମ୍ମୁଖରେ ଲୋକେ ବେଆଇନ ଭାବେ ଗାଡ଼ି ପାର୍କିଂ କରୁଛନ୍ତି। ଏଥିଯୋଗୁ ବସ୍‌ ଚଳାଚଳ ଓ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ସଂକ୍ରାନ୍ତରେ ମୋ ବସ୍‌ ପରିଚାଳନା କରୁଥିବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ଟ୍ରାଫିକ ଡିସିପି ସାଗରିକା ନାଥଙ୍କୁ ଟୁଇଟ୍‌ କରାଯିବା ପରେ ପଦକ୍ଷେପ ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଥମ ଦିନରେ ପୋଲିସ ଏକାଧିକ ମୋ ବସ୍‌ ଷ୍ଟପ୍‌ରେ ଯାଞ୍ଚ କରିଛି। କିମ୍ସ ହସ୍ପିଟାଲ ‘ମୋ ବସ୍‌’ ଷ୍ଟପ୍‌ରେ ବହୁ ସମୟ ଧରି ବେଆଇନ ଭାବେ ପାର୍କିଂ କରାଯାଇଥିବା ଏକ କାର୍‌ (ଓଡି୦୫ଏକ୍ୟୁ-୮୩୫୬) ଉପରେ ଜରିମାନା ହୋଇଛି। ଉକ୍ତ ଗାଡ଼ି ନମ୍ବରରେ ଚାଲାଣ କଟାଯାଇ ମାଲିକଙ୍କ ନିକଟକୁ ପଠାଇ ଦିଆଯାଇଛି। ତେବେ ଏସବୁ ପଦକ୍ଷେପ ସଂକ୍ରାନ୍ତରେ ଡିସିପି ନାଥ ଟୁଇଟ୍‌ କରି କ୍ରୁଟ୍‌ କର୍ତ୍ତୃପକ୍ଷଙ୍କୁ ଅବଗତ କରିଛନ୍ତି।
ଡିସିପି କହିଛନ୍ତି, ମୋ ବସ୍‌ ଷ୍ଟପ୍‌ରେ ବେଆଇନ୍‌ ପାର୍କିଂ କରୁଥିବା ଗାଡି ଚାଳକ ଓ ମାଲିକଙ୍କ ବିରୋଧରେ ଆହୁରି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଗକୁ ଧରପଗଡ ଜୋର୍‌ଦାର ହେବ। ଗାଡ଼ି ନମ୍ବରରେ ମାଲିକଙ୍କ ଘରକୁ ଚାଲାଣ ପଠାଯିବ। ତେବେ ଅନେକ ଲୋକ ଏନେଇ ଜାଣି ନ ଥିବାରୁ ସୂଚନା ଫଳକ ଲଗାଯାଇ ସଚେତନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ କେବଳ ‘ମୋ ବସ୍‌’ ଷ୍ଟପ୍‌ ନୁହେଁ, ରାଜଧାନୀର ଅନେକ ରାସ୍ତା କଡରେ ବେଆଇନ ପାର୍କିଂ କରାଯାଉଛି। ରାସ୍ତା ପାର୍ଶ୍ୱ ଫାଷ୍ଟଫୁଡ୍‌ ଦୋକାନ ଆଗରେ ଅଧିକ ଗାଡ଼ିମୋଟର ଭିଡ଼ ଲାଗୁଛି। ଫଳରେ ରାସ୍ତା ସଙ୍କୁଚିତ ହେବା ସହ ଯାତାୟାତ ବାଧାପ୍ରାପ୍ତ ହେଉଛି। ଅଟୋ ଓ ଘରୋଇ ବସ୍‌ ରାସ୍ତା ଉପରେ ଛିଡାହୋଇ ଯାତ୍ରୀ ଉଠାଉଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏହା ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri