‘ମୋ ସରକାର’ରେ ସାମିଲ ହେଲା ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ବିଭାଗ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଶିଳ୍ପ ବିଭାଗ ଏବଂ ସୂକ୍ଷ୍ମ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ (ଏମ୍‌ଏସ୍‌ଏମ୍‌ଇ) ‘ମୋ ସରକାର’ରେ ସାମିଲ ହେଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାର ଲକ୍ଷ୍ୟ ଅନୁଯାୟୀ ଏହି ଦୁଇଟି ବିଭାଗ ନୂତନ ଉତ୍ତରଦାୟିତ୍ୱ ନେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି। ଗତ ଅକ୍ଟୋବର ୨ ତାରିଖରେ ମୋ ସରକାର ଘୋଷଣା କରାଯାଇଥିଲା। ସେତେବେଳେ ଗୃହ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ସାମିଲ କରାଯାଇଥିଲା। ପରେ ଅନ୍ୟ ବିଭାଗଗୁଡିକୁ ଏଥିରେ ସାମିଲ କରାଯାଉଛି। ସମସ୍ତ ସରକାରୀ କର୍ମଚାରୀ ମୋ ସରକାରର ମୂଳ ଲକ୍ଷ୍ୟ ବିଷୟରେ ସଚେତନ ନିଶ୍ଚିତ ହୋଇଯାଇଥିବେ। ବ୍ରିଟିଶ ଶାସନ ସମୟରୁ ମୌଳିକ ମନସ୍ତାତ୍ତ୍ୱିକ ସାଧାରଣ ସେବା ବ୍ୟବସ୍ଥାରେ ପ୍ରଚଳିତ ହୋଇ ଆସୁଥିଲା। ବଜାର ଅର୍ଥନୀତିରେ ଗରାଖ ଯେପରି ରାଜା, ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାରେ ଲୋକମାନେ ସେହି ସ୍ଥାନର ଅଧିକାରୀ। ଲୋକମାନଙ୍କର ସେବା କରିବାକୁ ଆମେ ରହିଛୁ। ଏହାକୁ ଯଦି ମୂଳନୀତି ଧରାଯିବ ତେବେ ପେସା, ଦକ୍ଷତା ଓ ସ୍ବଚ୍ଛତା ଆପେ ଆପେ ତାକୁ ଅନୁସରଣ କରିବ। ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ବିଭାଗ ମେକ୍‌ ଇନ ଓଡ଼ିଶା ଭଳି ନୂତନ ଚିନ୍ତାଧାରା ଆପଣାଇଛି। ଦୁଇଟି ମେକ୍‌ ଇନ ଓଡ଼ିଶା କାର୍ଯ୍ୟକ୍ରମ ଯୋଗୁ ରାଜ୍ୟରେ ୬ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ଆଗ୍ରହ ପ୍ରକାଶ ପାଇଛି। ନିକଟରେ ଓଡ଼ିଶା ଏକ ପୁଞ୍ଜିନିବେଶ ପାଇଁ ଉତ୍କୃଷ୍ଟ କ୍ଷେତ୍ରରେ ପରିଣତ ହୋଇପାରିଛି। ୨୦୧୯ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ଦେଶର ମୋଟ ପୁଞ୍ଜିନିବେଶର ୧୮ ପ୍ରତିଶତ ଓଡ଼ିଶାକୁ ଆସିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଶିଳ୍ପମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଥିଲେ ଯେ, ଏହା ପୁଞ୍ଜିନିବେଶକାରୀଙ୍କୁ ଅଧିକ ଆକୃଷ୍ଟ କରିପାରିବ। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ କହିଥିଲେ, ଶିଳ୍ପ ବିଭାଗର ଅଧିକାରୀମାନେ ଅଧିକ ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ୫-ଟି ସଚିବ ଭି.କେ. ପାଣ୍ଡିଆନ କଳାହାଣ୍ଡି, କଟକ, ଯାଜପୁର, ଅନୁଗୋଳ ଜିଲା ଶିଳ୍ପକେନ୍ଦ୍ରର ମ୍ୟାନେଜର ଏବଂ ରାଉରକେଲା, ସମ୍ବଲପୁର ଓ ଗଜପତି ଜିଲାର ଇଡ୍‌କୋ ମ୍ୟାନେଜରଙ୍କ ସହ ମୋ ସରକାରର ଆଭିମୁଖ୍ୟ ନେଇ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri