‘ମୋ ସରକାର’ ପରେ ପଶିଛି ଛାନିଆ

ଅନୁଗୋଳ ଅଫିସ, ୧୪ା୧୦: ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ପରେ ମେଡିକାଲ, ଥାନା ଓ ସରକାରୀ କାର୍ଯ୍ୟାଳୟରେ କିପରି ସେବା ଯୋଗାଇ ଦିଆଯାଉଛି ତାହାର ଅନୁଧ୍ୟାନ କରୁଛନ୍ତି ବଡ଼ ବଡ଼ିଆ ଅଧିକାରୀ। ଏସ୍‌ପିଙ୍କଠାରୁ ଆରମ୍ଭ କରି ଜିଲାପାଳ, ବିଭିନ୍ନ ବିଭାଗର ସଚିବ ଏପରି କି ରାଜ୍ୟ ସରକାରଙ୍କ ୫-ଟି ସଚିବ ମଧ୍ୟ ଅଚାନକ ଅନୁଧ୍ୟାନରେ ଆସୁଛନ୍ତି। ଏହାକୁ ନଜରରେ ରଖି ସଜାଗ ହୋଇଯାଇଛନ୍ତି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ। ଶନିବାର ମେଡିକାଲ ପରିଦର୍ଶନ ବେଳେ ଜିଲାପାଳ ମନୋଜ କୁମାର ମହାନ୍ତି ଡାକ୍ତରଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ ପ୍ରକାଶ କରିଥିବାରୁ କାଳେ ରବିବାର କୌଣସି ଅଧିକାରୀ ଆସିପାରନ୍ତି, ତାହାକୁ ନେଇ କର୍ତ୍ତୃପକ୍ଷ ଏକପ୍ରକାର ଛାନିଆ ହୋଇପଡ଼ିଥିଲେ। ଦୀର୍ଘଦିନ ଧରି ଯେଉଁ କାମ ଅଧାପନ୍ତରିଆ ଅବସ୍ଥାରେ ପଡ଼ିଥିଲା ତାହାକୁ ତୁରନ୍ତ ପୂର୍ଣ୍ଣାଙ୍ଗ କରିଦେବା ସହ ରୋଗୀ ସେବା ଉପରେ ଆବଶ୍ୟକ ଧ୍ୟାନ ଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି।
ରବିବାର ଛୁଟି ଦିନ ହୋଇଥିଲେ ବି ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ ଓ କର୍ମଚାରୀମାନେ ମେଡିକାଲରେ ଉପସ୍ଥିତ ଥିବା ଦେଖାଯାଇଥିଲା। ଏପରି କି ମେଡିକାଲର ସ୍ବଚ୍ଛତା ଉପରେ ସେମାନେ ଗୁରୁତ୍ୱ ଦେବା ସହ ରୋଗୀଙ୍କୁ କିପରି ଉପଯୁକ୍ତ ଚିକିତ୍ସା ସେବା ମିଳିବ ତାହା ଉପରେ ତତ୍ପରତା ଦେଖାଉଥିବା ଲକ୍ଷ୍ୟ କରାଯାଇଥିଲା। ରୋଗୀଙ୍କ ଖାଇବା ଠାରୁ ଆରମ୍ଭ କରି ବେଡ୍‌ ପର୍ଯ୍ୟନ୍ତ ସବୁକିଛିରେ ପରିଷ୍କାର ପରିଚ୍ଛନ୍ନତା ପ୍ରତି ଦୃଷ୍ଟି ଦିଆଯାଉଥିଲା। ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ)ଙ୍କ କାର୍ଯ୍ୟାଳୟରେ ତାଲା ପଡ଼ିଥିଲେ ମଧ୍ୟ କିଛି ସମୟ ବ୍ୟବଧାନରେ କେତେଜଣ ଲୋକ ଆସି ସେଠାରେ ବୁଲିଯାଉଥିବା ଦେଖାଯାଇଥିଲା। ଅଧାପନ୍ତରିଆ ଅବସ୍ଥାରେ ମାସେ ହେବ ପଡ଼ିଥିବା ମୁଖ୍ୟ ଫାଟକ ସମ୍ମୁଖ ଆଉଟଡୋର ଗେଟ୍‌ କାମ ମାତ୍ର କିଛି ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ କରିଦିଆଯାଇଥିଲା। ସେହିପରି କୌଣସି ୱାର୍ଡର ରୋଗୀ ଯେପରି କର୍ତ୍ତୃପକ୍ଷଙ୍କ ବିରୋଧରେ ଅଭିଯୋଗ ନ ଆଣିବେ ସେଥିପାଇଁ ଡାକ୍ତରଙ୍କ ଠାରୁ ନର୍ସଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଆଚାର ବ୍ୟବହାରରେ ଅଚାନକ ପରିବର୍ତ୍ତନ ଦେଖାଯାଇଥିଲା। ସେମାନେ ରୋଗୀଙ୍କ ବେଡ୍‌ ନିକଟକୁ ଯାଇ ସୁବିଧା ଅସୁବିଧା ବୁଝୁଥିବା ଦେଖିବାକୁ ମିଳିଥିଲା। ପୂର୍ବରୁ ଲଗାଯାଇ ନ ଥିବା ମୋ ସରକାର ବୋର୍ଡକୁ ଅତ୍ୟନ୍ତ ତରବରିଆ ଭାବେ ମଧ୍ୟାହ୍ନରେ ଲଗାଇ ଦିଆଯାଇଥିଲା। କେବଳ ମେଡିକାଲ କର୍ତ୍ତୃପକ୍ଷ ନୁହନ୍ତି, ଆହାର କେନ୍ଦ୍ର ରବିବାର ବନ୍ଦ ଥିଲେ ବି ଏହାର ଚତୁଃପାର୍ଶ୍ୱକୁ ଦାୟିତ୍ୱରେ ଥିବା ସଂସ୍ଥା ପକ୍ଷରୁ ଭଲ ଭାବେ ସଫା କରାଯାଇଥିଲା। ସେହିପରି ଜିଲାପାଳଙ୍କ କାର୍ଯ୍ୟାଳୟ ସହ ବ୍ଲକ କାର୍ଯ୍ୟାଳୟ ଓ ଅନ୍ୟ ସରକାରୀ ଅଫିସ ଗୁଡ଼ିକରେ ସରକାରୀ ବାବୁମାନେ ଅପରାହ୍ନ ପର୍ଯ୍ୟନ୍ତ ସଜାଗ ରହିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri