ମୋ ସରକାର ଯୋଜନାରେ ୩ଜିଲା ଡାକ୍ତରଖାନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ମୋ ସରକାର ପ୍ରତିନିଧି ଦଳ ନିକଟରେ ୫ ଜିଲା ଗସ୍ତ କରି ତୃତୀୟ ରିପୋର୍ଟ ପ୍ରଦାନ କରିଥିଲେ। ସେହି ରିପୋର୍ଟ ଆଧାରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଜିଲା ସକାଶେ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏହି ତାଲିକାରେ ସୁନ୍ଦରଗଡ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲା ରହିଛି। ସୁନ୍ଦରଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ଆଟେଣ୍ଡାଣ୍ଟ ଏବଂ ଷ୍ଟାଫ କ୍ୱାର୍ଟର୍ସର ଭିତ୍ତିଭୂମି ସଜଡାଯିବ। ଏଥିପାଇଁ ଜିଲା ଖଣିଜ ପାଣ୍ଠିରୁ ଅର୍ଥ ଆଣି ଖର୍ଚ୍ଚ କରାଯିବ। ରକ୍ତ ସଂଗ୍ରହ ଅଭିଯାନକୁ ଅଧିକ ପ୍ରଚାର ପ୍ରସାର କରିଥିବାରୁ ସୁନ୍ଦରଗଡ ଜିଲା ଏସ୍‌ପିଙ୍କୁ ୧୦ଲକ୍ଷ ଟଙ୍କା ଦିଆଯିବ। ଏହାସହ ଦୁଇଟି ଆମ୍ବୁଲାନ୍ସ ଏବଂ ମହାପ୍ରୟାଣ ଗାଡି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ରାଉରକେଲା ସରକାରୀ ଡାକ୍ତରଖାନା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଘୋଷଣା କରାଯାଇଛି। ରାଉରକେଲା ସରକାରୀ ଡାକ୍ତରଖାନାର ବେଡ୍‌ ସଂଖ୍ୟା ୪ଶହକୁ ବୃଦ୍ଧି କରାଯିବ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ଲକ୍ଷ ଟଙ୍କା ଅଣାଯାଇ ରୋଗୀ କଲ୍ୟାଣ ସମିତିକୁ ଦିଆଯିବ। ଏହି ଅର୍ଥ ରୋଗୀଙ୍କ କଲ୍ୟାଣକାରୀ ଏବଂ ନୂତନଭାବେ କିଛି ପ୍ରସ୍ତୁତି ପାଇଁ ଖର୍ଚ୍ଚ କରାଯିବ। ରାଉରକେଲା ଏସ୍‌ପିଙ୍କୁ ମଧ୍ୟ ରକ୍ତ ସଂଗ୍ରହ ଅଭିଯାନର ଉତ୍ତମ ପ୍ରଚାର ପ୍ରସାର କରିପାରିଥିବା କାରଣରୁ ୧୦ଲକ୍ଷ ଟଙ୍କା ଦିଆଯିବ ବୋଲି ଘୋଷଣା କରାଯାଇଛି। ସମାନଭାବେ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି ସଜାଡିବା ପାଇଁ ଜିଲା ଖଣିଜ ପାଣ୍ଠିରୁ ଅର୍ଥ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ଲକ୍ଷ ଟଙ୍କା ରୋଗୀ କଲ୍ୟାଣକାରୀ ବାବଦରେ ଖର୍ଚ୍ଚ କରାଯିବ। ରକ୍ତ ସଂଗ୍ରହ ଅଭିଯାନର ପ୍ରଚାର ପ୍ରସାର ଠିକ୍‌ରେ କରିଥିବାରୁ ମୟୂରଭଞ୍ଜ ଏସ୍‌ପିଙ୍କୁ ମଧ୍ୟ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି ସଜାଡିବା ପାଇଁ ଜିଲା ଖଣିଜ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri