Posted inରାଜ୍ୟ

‘ମୋ ସ୍କୁଲ’ ଅଭିଯାନ ପ୍ରକଳ୍ପକୁ ୧୦.୭୫ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ‘ମୋ ସ୍କୁଲ’ ଅଭିଯାନର ୧୯ତମ କାର୍ଯ୍ୟକାରୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶାର ୨୮ଟି ଜିଲାରେ ଥିବା ୨,୬୫୭ ବିଦ୍ୟାଳୟର ମୋଟ ୧୦.୭୫ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ କରାଯାଇଛି। ଏଥିରେ ପ୍ରାୟ ୨୦ ହଜାର ପୁରାତନ ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତିରେ ପୁରାତନ ଛାତ୍ରୀଛାତ୍ରମାନେ ସର୍ବାଧିକ ୫୩.୭୨ ଲକ୍ଷ ଦେଇଥିବାବେଳେ ସୁନ୍ଦରଗଡ଼ରେ ୪୬.୭୨ ଲକ୍ଷ, କଳାହାଣ୍ଡିରେ ୩୬.୦୭ ଲକ୍ଷ, ବାଲେଶ୍ୱରରେ ୩୫.୯୨ ଲକ୍ଷ ଏବଂ କଟକରେ ୨୧.୯୩ ଲକ୍ଷ ଟଙ୍କା ପୁରାତନ ଛାତ୍ରୀଛାତ୍ରମାନେ ପ୍ରଦାନ କରିଛନ୍ତି। ଏ ସମସ୍ତ ଟଙ୍କାର ସମ୍ପୃକ୍ତ ସ୍କୁଲ୍‌ର ବିକାଶମୂଳକ କାର୍ଯ୍ୟରେ ବିନିଯୋଗ ହେବ। ତେବେ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ଓ ତଦାରଖକୁ ଗୁରୁତ୍ୱ ଦିଆଯାଇ ବୈଠକରେ ଆଲୋଚନା କରାଯାଇଥିଲା। ‘ମୋ ସ୍କୁଲ’ ଅଭିଯାନ ପରିଚାଳନା କର୍ତ୍ତୃପକ୍ଷଙ୍କୁ ଜିଲା ଓ ଗୋଷ୍ଠୀସ୍ତରୀୟ ତଦାରଖ ବ୍ୟବସ୍ଥାକୁ ଦୃଢ଼ ଭାବେ କାର୍ଯ୍ୟକାରୀ କରିବା ପାଇଁ ପ୍ରମୁଖ ଶାସନ ସଚିବ ସାହୁ ନିର୍ଦ୍ଦେଶ ଦେଇଥିଲେ। ଏହି ଜିଲାସ୍ତରୀୟ ତଦାରଖ ଟିମ୍‌ ପ୍ରତି କାର୍ଯ୍ୟକାରୀ ପରିଷଦର ବୈଠକ ପୂର୍ବରୁ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ବିଷୟରେ ‘ମୋ ସ୍କୁଲ୍‌’ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇବେ। ପ୍ରତି ଜିଲା ଓ ଗୋଷ୍ଠୀ ସ୍ତରରେ ‘ମୋ ସ୍କୁଲ’ ସହାୟତା ଦଳ ଗଠନ କରିବା ସହ ଏହାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏଥିସହ ଓଡ଼ିଶାର ପୁରାତନ ଛାତ୍ରୀଛାତ୍ରଙ୍କଠାରୁ ଭିଡିଓ ବାର୍ତ୍ତା ସଂଗ୍ରହ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏ ପର୍ଯ୍ୟନ୍ତ ୨ ଲକ୍ଷରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ଏବଂ ଅନ୍ୟମାନେ ବିଦ୍ୟାଳୟଗୁଡ଼ିକ ସହ ଯୋଡ଼ି ହୋଇସାରିଥିବା କୁହାଯାଇଛି। ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଏସ୍‌ସିଇଆର୍‌ଟି, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ‘ମୋ ସ୍କୁଲ’ର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri