ମୋ ସ୍କୁଲ ଯୋଜନାରେ ଆଉ ୫୦୮ ବିଦ୍ୟାଳୟ ସାମିଲ

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗୋଷ୍ଠୀ-ସମ୍ପୃକ୍ତ ଶିକ୍ଷା କାର୍ଯ୍ୟକ୍ରମ ‘ମୋ ସ୍କୁଲ’ ଯୋଜନାରେ ୧୬ଟି ଜିଲାର ଆଉ ୫୦୮ଟି ବିଦ୍ୟାଳୟକୁ ସାମିଲ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଅନୁଗୋଳ, ବରଗଡ଼, ବଲାଙ୍ଗୀର, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଜଗତସିଂହପୁର, ଝାରସୁଗୁଡ଼ା, ଖୋର୍ଦ୍ଧା, କଳାହାଣ୍ଡି, କୋରାପୁଟ, ମୟୂରଭଞ୍ଜ, ନୟାଗଡ଼ ଓ ନବରଙ୍ଗପୁର। ଏସବୁ ଜିଲାରେ ମୋ ସ୍କୁଲ ଯୋଜନାରେ ମୋଟ ୫,୮୨, ୭୬,୫୧୮ଟଙ୍କାରୁ ଊର୍ଦ୍ଧ୍ୱ ଅର୍ଥ ବ୍ୟୟ କରାଯିବ। ଏଥିରୁ ରାଜ୍ୟ ସରକାର ୩,୮୮,୫୧,୦୧୨ ଟଙ୍କା ଅନୁଦାନ ଯୋଗାଇ ଦେଇଥିବା ବେଳେ ଜନସାଧାରଣଙ୍କଠାରୁ ୧,୯୪,୨୫,୫୦୬ ଟଙ୍କା ପାଣ୍ଠି ସଂଗୃହୀତ ହୋଇଛି। ମୋ ସ୍କୁଲ ଯୋଜନାର କାର୍ଯ୍ୟନିର୍ବାହୀ ବୈଠକ ସୋମବାର ଓପେପା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ୧ ହଜାର ସ୍କୁଲ ପାଠାଗାରକୁ କ୍ରିୟାଶୀଳ କରାଯିବା ସହ ପଠନ ପ୍ରୋତ୍ସାହନ କେନ୍ଦ୍ରରେ ପରିଣତ କରାଯିବ। ୫ହଜାର ସ୍କୁଲରେ ରାଜ୍ୟ ସରକାରଙ୍କ ପ୍ରାୟୋଜିତ ୫-ଟି କାର୍ଯ୍ୟକ୍ରମ କରାଯିବ। ୧୦୦ଟି ଓଡ଼ିଆ ଓ ଇଂଲିଶ ମାଧ୍ୟମ ସ୍କୁଲର ସଫଳ କାହାଣୀ ସଂଗ୍ରହ କରାଯାଇ ସଚେତନତା ସୃଷ୍ଟି କରାଯିବ। ବିଭିନ୍ନ ଯୋଗାଯୋଗ ବ୍ୟବସ୍ଥା ଓ ଓ୍ବେବ୍‌ ପୋର୍ଟାଲ ମାଧ୍ୟମରେ ୨ଲକ୍ଷ ପୂର୍ବତନ ଛାତ୍ରୀଛାତ୍ରଙ୍କ ସହ ଯୋଗାଯୋଗ କରାଯିବ। ମୋ ସ୍କୁଲ ଯୋଜନା ରାଜ୍ୟର ସବୁ ହାଇସ୍କୁଲକୁ ସମ୍ପ୍ରସାରଣ କରାଯିବ। ଚଳିତବର୍ଷ ଶେଷ ସୁଦ୍ଧା ୫୦ ବର୍ଷରୁ ଊର୍ଦ୍ଧ୍ୱ ପୁରାତନ ହାଇସ୍କୁଲକୁ ଏହି ଯୋଜନାରେ ସର୍ବାଗ୍ରେ ସାମିଲ କରାଯିବ। ବିଭିନ୍ନ ସ୍କୁଲକୁ ମଞ୍ଜୁର ହୋଇଥିବା କାର୍ଯ୍ୟ ଅକ୍ଟୋବର ୩୧ସୁଦ୍ଧା ଶେଷ କରାଯିବ। ଅଗଷ୍ଟ ୧୫ ସୁଦ୍ଧା ଏହି ଯୋଜନା ଅଧୀନସ୍ଥ ହାଇସ୍କୁଲଗୁଡ଼ିକୁ ଓ୍ବେବ୍‌ ପୋର୍ଟାଲ ସହ ସଂଯୋଗ କରାଯିବାକୁ ପ୍ରସ୍ତାବ ରହିଥିବା ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୋ ସ୍କୁଲ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଭୂପେନ୍ଦ୍ର ସିଂ ପୁନିଆ କହିଛନ୍ତି। ଉକ୍ତ ବୈଠକରେ ପ୍ରାଥମିକ ଶିକ୍ଷା, ଏସ୍‌ସିଇଆର୍‌ଟି, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମୋ ସ୍କୁଲ ଯୋଜନାର ସ୍ବତନ୍ତ୍ର ଅଧିକାରୀ, ମୁଖ୍ୟ ପରିଚାଳନା ଅଧିକାରୀ, ରାସ୍ତା ଓ କୋଠାବାଡ଼ି ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ଏବଂ ଓପେସା ଅର୍ଥ ପରାମର୍ଶଦାତା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମୋ ସ୍କୁଲ ଯୋଜନାରେ ଓଡ଼ିଶା ସୋସାଇଟି ଅଫ୍‌ ଆମେରିକାର ସଦସ୍ୟମାନେ ପୁରୀ ଜିଲାରେ ‘ଫନୀ’ କ୍ଷତିଗ୍ରସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକର ମରାମତି ପାଇଁ ୨୦ଲକ୍ଷ ଟଙ୍କା ଅନୁଦାନ ଦେବେ ବୋଲି ପତ୍ର ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri