ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର

ଖମାର, ୧୫।୧୨

ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ ପାଣି, ରାସ୍ତା ଭଳି ମୌଳିକ ଆବଶ୍ୟକତା ପୂରଣ ହେବା ସେମାନଙ୍କ ପାଇଁ ସ୍ବପ୍ନ ହୋଇ ରହିଛି। ଫଳରେ ସମସ୍ୟା ଘେରରେ ଗ୍ରାମବାସୀ ଦିନ କାଟୁଥିଲେ ମଧ୍ୟ ସେମାନଙ୍କ ସୁବିଧା ପାଇଁ ପ୍ରଶାସନ ଆଦୌ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହୋଇଛି।
ଗ୍ରାମବାସୀଙ୍କ କହିବା ମୁତାବକ, ଗମନାଗମନ ପାଇଁ ଗ୍ରାମକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଗ୍ରାମର ୯୦ ପରିବାର ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବର୍ଷା ହେଲେ ମାଟି ରାସ୍ତାଟି ଅତି କଦର୍ଯ୍ୟ ହୋଇପଡେ। ସେହିପରି ଗ୍ରାମ ମଧ୍ୟକୁ ଆମ୍ବୁଲାନ୍ସ ଆଦି ପଶିପାରୁ ନ ଥିବାରୁ ଗୁରୁତର ରୋଗୀଙ୍କୁ ଡାକ୍ତରଖାନାକୁ ନେବାରେ ବହୁ ଅସୁବିଧା ହେଉଛି। ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ବନ୍ଦ ହୋଇଯାଇଥିବାରୁ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଶଙ୍ଖମୁର ଗ୍ରାମରେ ଜଳ ଯୋଗାଣ ପ୍ରକଳ୍ପ ସ୍ଥାପନ ହେବାର ପ୍ରାୟ ବର୍ଷେ ପର୍ଯ୍ୟନ୍ତ ପାଟବେଡ଼ାକୁ ଜଳ ଯୋଗାଇ ଦିଆଯାଉଥିଲା। ହେଲେ ବିଭାଗୀୟ କର୍ମଚାରୀଙ୍କ ଅବହେଳା ଓ ରକ୍ଷଣାବେକ୍ଷଣ ଅଭାବରୁ ପ୍ରାୟ ୩ ବର୍ଷ ହେବ ଜଳ ଯୋଗାଣ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ସ୍ଥାନୀୟ ଜନ ପ୍ରତିନିଧିଙ୍କୁ ଅବଗତ କରାଇ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ ଓ ପିଇବା ପାଣି ଯୋଗାଣ ବ୍ୟବସ୍ଥା କରାଇବାକୁ ଦାବି ହୋଇଥିଲେ ହେଁ କେହି କର୍ଣ୍ଣପାତ କରୁ ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ତୁରନ୍ତ ଏହି ସମସ୍ୟା ସମାଧାନ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ପାଟବେଡାବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri