Posted inଖେଳ

ମ୍ୟାକ୍‌କୁଲମ କେକେଆର ସହାୟକ କୋଚ୍‌

ନୂଆଦିଲ୍ଲୀ,୯।୮(ପିଟି): ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍‌କୁଲମ ଆଇପିଏଲ ଫ୍ରାଞ୍ଚାଇଜ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଦଳକୁ ଫେରିବାକୁ ଯାଉଛନ୍ତି। କିନ୍ତୁ ଜଣେ ଖେଳାଳି ଭାବେ ନୁହେଁ। ସହାୟକ କୋଚ୍‌ ପଦ ପାଇଁ ସେ ଦଳ ସହ ଚୁକ୍ତି କରିଥିବା ରିପୋର୍ଟ ମିଳିଛି। ନିକଟରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଥିବା ମ୍ୟାକ୍‌କୁଲମ କାରିବିଅନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଟ୍ରିନିଦାଦ ନାଇଟ୍ସ ରାଇଡର୍ସର ମୁଖ୍ୟ କୋଚ୍‌ ହେବେ ବୋଲି ଇଏସ୍‌ପିଏନ୍‌କ୍ରିକଇନ୍‌ଫୋ ରିପୋର୍ଟରେ ପ୍ରକାଶ ପାଇଛି। କୌତୁହଳର କଥା ହେଲେ, ସେ ଉଭୟ ସ୍ଥାନରେ ସାଇମନ କ୍ୟାଟିଚଙ୍କ ଯାଗା ନେବେ। ମ୍ୟାକ୍‌କୁଲମ ୨୦୧୬ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ହେଲେ ବିଭିନ୍ନ ଦେଶର ଟି୨୦ ଲିଗ୍‌ରେ ଖେଳୁଥିଲେ। ସେ ୧୦୧ ଟେଷ୍ଟ ଖେଳି ୬୪୫୩ ରନ୍‌ କରିଥିଲେ। କ୍ରିକେଟର ଲମ୍ବା ଫର୍ମାଟରେ ୩୦୨ ତାଙ୍କର ଶ୍ରେଷ୍ଠ ସ୍କୋର। ୨୬୦ ଦିନିକିଆ ଖେଳି ୯୬.୩୭ ଆଭରେଜରେ ୬୦୮୩ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri