Posted inଖେଳ

ମ୍ୟାକ୍‌ଡୋନାଲ୍ଡ ଅଷ୍ଟ୍ରେଲିଆର ସହାୟକ କୋଚ୍‌

ସିଡ୍‌ନୀ, ୩୧।୧୦ (ଏଏଫ୍‌ପି)- ପୂର୍ବତନ କ୍ରିକେଟର୍‌ ଆଣ୍ଡ୍ରିଉ ମ୍ୟାକ୍‌ଡୋନାଲ୍ଡଙ୍କୁ ବୁଧବାର ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ୍‌ ଦଳର ସହାୟକ କୋଚ୍‌ ନିଯୁକ୍ତ କରାଯାଇଛି। ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗରଙ୍କୁ ସେ ସହାୟତା କରିବେ। ଗତ ଫେବୃୟାରୀରେ ଡେଭିଡ୍‌ ସକର୍‌ ଏହି ପଦ ଛାଡ଼ିବା ପରେ ସେବେଠାରୁ ଏହା ଖାଲି ରହିଥିଲା। ଏହାପରେ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଓ ଷ୍ଟିଭ୍‌ ଓ୍ବ ମେଣ୍ଟର ଭାବେ ଲାଙ୍ଗରଙ୍କୁ ସହାୟତା କରି ଆସୁଥିଲେ। ‘ମ୍ୟାକ୍‌ଡୋନାଲ୍ଡ ବର୍ତ୍ତମାନ ଆମ କୋଚିଂ ଟିମ୍‌ରେ ଯୋଗ ଦେଇଛନ୍ତି। ଏହି ଅଲ୍‌ରାଉଣ୍ଡରଙ୍କ ଜ୍ଞାନ ଓ ମ୍ୟାନେଜମେଣ୍ଟ ସ୍କିଲ୍‌ ଟିମ୍‌ ପାଇଁ ଲାଭଦାୟକ ହେବ ଏଥିରେ କୌଣସି ସନ୍ଦେହ ନାହିଁ’ ବୋଲି ଲାଙ୍ଗର କହିଛନ୍ତି। ଉଲ୍ଲେଖଯୋଗ୍ୟ, ମ୍ୟାକ୍‌ଡୋନାଲ୍ଡଙ୍କ ପ୍ରଶିକ୍ଷଣରେ ଭିକ୍ଟୋରିଆ ଓ ମେଲବୋର୍ନ ରେନ୍‌ଗାଡର୍‌ସ ଦଳ ଗତ ସିଜନରେ ଅଷ୍ଟ୍ରେଲିଆ ଘରୋଇ କ୍ରିକେଟ୍‌ର ୩ଟି ଯାକ ଟାଇଟଲ୍‌ ଜିତିବାରେ ସଫଳ ହୋଇଥିଲା। ବର୍ତ୍ତମାନ ଅଷ୍ଟ୍ରେଲିଆ ଦଳର ସଦସ୍ୟ ରହିଥିବା ଆରୋନ ଫିଞ୍ଚ୍‌, ମାର୍କସ ହାରିସ, ଜେମ୍ସ ପାଟିନଶନ ପ୍ରମୁଖଙ୍କ ସହ ମ୍ୟାକ୍‌ଡୋନାଲ୍ଡ ପୂର୍ବରୁ କାମ କରିସାରିଛନ୍ତି। ୧୫ ବର୍ଷର କ୍ରିକେଟ୍‌ କ୍ୟାରିୟରରେ ମ୍ୟାକ୍‌ଡୋନାଲ୍ଡ ଅଷ୍ଟ୍ରେଲିଆ ପକ୍ଷରୁ ୪ଟି ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri