ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ କରାଯାଉଛି। ଏହି ମାର୍କେଟ କମ୍ଲେକ୍ସ ଅସୁରକ୍ଷିତ ହୋଇପଡ଼ିଥିବା ନେଇ ପୌରସଂସ୍ଥା ପକ୍ଷରୁ ବ୍ୟବସାୟୀମାନଙ୍କୁ ନୋଟିସ ଜାରି ହୋଇଥିଲା। ଏହି ନୋଟିସ ପାଇବା ପରେ ବ୍ୟବସାୟୀମାନେ ସେମାନଙ୍କର ଦୋକାନ ଘର ଖାଲି କରିବା ସହ ଝରକା, କବାଟ, ଶଟର, ଆଜବେଷ୍ଟସ୍‌ ଆଦି ଖୋଲି ନେଇଥିଲେ। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏଥିସହ ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।
ସୂଚନାଯୋଗ୍ୟ, ଏହି ମାର୍କେଟ କମ୍ଲେକ୍ସରେ ମୋଟ ୧୬୭ଟି ଦୋକାନ ରହିଛି। ଏହା ଅସୁରକ୍ଷିତ ହୋଇଯାଇଥିବା ଯୋଗୁ ଏହାକୁ ଭଙ୍ଗାଯାଇ ନୂଆ ମାର୍କେଟ କମ୍ଲେକ୍ସ ନିର୍ମାଣ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...

ଆଜି ଭାରତ ଆସିବେ ଫୁଟବଲ୍‌ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର

କୋଲକାତା,୧୨ା୧୨: ଫୁଟବଲ୍‌ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତ ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ

ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ...

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri