ମୟୂରଭଞ୍ଜରେ ୧୦୦୦ ଫୁଟର ଜଳପ୍ରପାତ

ବାରିପଦା ଅଫିସ,୫।୯:ମୟୂରଭଞ୍ଜ ପର୍ଯ୍ୟଟନର ପ୍ରଚାର ପ୍ରସାର ନିମନ୍ତେ ଦୀର୍ଘ ବର୍ଷ ଧରି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ଜାରି ରଖିଥିବା ‘ମୟୂରଭଞ୍ଜ ମିରର ଟିମ୍‌’ ପକ୍ଷରୁ ୧୦୦୦ ଫୁଟର ଜଳପ୍ରପାତ ଠାବ କରାଯାଇଛି। ଏହି ଜଳପ୍ରପାତ ବାଙ୍ଗିରିପୋଷି ନିକଟସ୍ଥ କୁଣ୍ଡଳବଣି ଜଙ୍ଗଲ ମଧ୍ୟରେ ଅବସ୍ଥିତ। ସର୍ବଦା ଦୁଃସାହସିକ ଯାତ୍ରାରେ ନୂତନ ପର୍ଯ୍ୟଟନସ୍ଥଳୀକୁ ଲୋକଲୋଚନକୁ ଆଣୁଥିବା ମୟୂରଭଞ୍ଜ ମିରର ଟିମ୍‌ର ଏହି ନୂତନ ଆବିଷ୍କାର ନିମନ୍ତେ ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।
ପ୍ରକାଶ ଥାଉକି ’ମୟୂରଭଞ୍ଜ ମିରର ଟିମ୍‌’ ଦ୍ବାରା ଜିଲାରେ ବହୁ ନୂତନ ପର୍ଯ୍ୟଟନସ୍ଥଳୀ ଆବିଷ୍କାର କରାଯାଇଛି। ସେଥିରୁ ଅନେକ ନିକଟ ଅତୀତରେ ମୟୂରଭଞ୍ଜ ସର୍ବଭାରତୀୟସ୍ତରରେ ଶ୍ରେଷ୍ଠ ଅଫବିଟ ଡେଷ୍ଟିନେଶନର ମାନ୍ୟତା ଲାଭ କରିଥିଲା। ଏହି ନୂତନ ଜଳପ୍ରପାତଟି ‘ଘୋଡ଼ାଗାଧୁଆ’ ଜଳପ୍ରପାତ ନାମରେ ନାମିତ କରାଯାଇଛି। ଏହାର ଉଚ୍ଚତା ୧୦୦୦ ଫୁଟରୁ ଅଧିକ ହୋଇଥିବାର ଆକଳନ କରାଯାଇଛି। ଏହି ଦୁଃସାହସିକ ଯାତ୍ରାରେ ମୟୂରଭଞ୍ଜ ମିରର ଟିମର କୁମାରେଶ ନାୟକ, ଲୋକେଶ୍ବର ଭଞ୍ଜ, ରଞ୍ଜିତ ପଲେଇ, ଜୟ ପ୍ରକାଶ ସିଂହ, ଋଷିରାଜ ପଟ୍ଟନାୟକ ତଥା ନିକଟସ୍ଥ ଜଳଡିହା ଗ୍ରାମର ଜଗବନ୍ଧୁ ପାତ୍ର, ପ୍ରମୋଦ ପାତ୍ର, ସୁଶିଲ କୁମାର ମାର୍ଣ୍ଡି ପ୍ରମୁଖ ସାମିଲ ହୋଇଥିଲେ। ସରକାର ଏହାର ପାରିପାର୍ଶ୍ୱିକ ବିକାଶ ପ୍ରତି ଦୃଷ୍ଟି ଦେଲେ ଭବିଷ୍ୟତରେ ଏ ସ୍ଥାନଟି ଲୋକଲୋଚନକୁ ଆସିବା ସହିତ ଏକ ଅନନ୍ୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri