ମୟୂରଭଞ୍ଜ ଚିତ୍ରକଳା ପ୍ରଦର୍ଶନୀ ସରିଲା

ବାରିପଦା ଅଫିସ,୩୦ା୮- ମୟୂରଭଞ୍ଜ ଫାଉଣ୍ଡେଶନ ପକ୍ଷରୁ ବେଲଗଡିଆ ରାଜ ପ୍ରାସାଦରେ ଅନୁଷ୍ଠିତ ହେଉଥିବା ଚିତ୍ରକଳା ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୟୂରଭଞ୍ଜ ଏମପି ବିଶେଶ୍ୱର ଟୁଡୁ, ସାରସକଣା ବିଧାୟକ ଡା.ବୁଢ଼ାନ ମୁର୍ମୁଙ୍କ ସମେତ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ମହାରାଣୀ ରଶ୍ମି ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ, ରାଜକୁମାରୀ ମୃଣାଳିକା ମଞ୍ଜରୀ ଭଞ୍ଜଦେଓ ଏବଂ ଅକ୍ଷିତା ମଞ୍ଜରୀ ଭଞ୍ଜଦେଓ ପ୍ରମୁଖ ଉପସ୍ଥିତ ଥିଲେ।
ଚିତ୍ରଶିଳ୍ପୀ କଲ୍ୟାଣ ବାରିକଙ୍କ ହୋଲ ଫାଉଣ୍ଡେଶନର ସହାୟତାରେ ଆୟୋଜିତ ଏହି ପ୍ରଦର୍ଶନୀରେ ୧୪୬ କଳାକାରଙ୍କ ୨୨୫ଟି ଚିତ୍ରକଳା, ଭାସ୍କର୍ଯ୍ୟ ଏବଂ ଆର୍ଟ ଇନଷ୍ଟାଲେଶନ ପ୍ରଦର୍ଶିତ ହୋଇଥିଲା। ଏଠାରେ ଚିତ୍ରକଳା କର୍ମଶାଳା ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହା ବ୍ୟତୀତ ମୟୂରଭଞ୍ଜର ମୋକ୍ରା, ବାଉଁଶ ଓ ସବାଇ ଘାସରୁ ପ୍ରସ୍ତୁତ ସାମଗ୍ରୀ ଏବଂ ଟସର ଲୁଗା ଓ ହସ୍ତତନ୍ତ୍ର ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। ସେହିପରି ରୋଟାରୀ କ୍ଲବ ପକ୍ଷରୁ ବିଭୁ ପ୍ରସାଦ ଦାସଙ୍କ ଦ୍ୱାରା ସଂଗୃହୀତ ମୟୂରଭଞ୍ଜର ଗୌରବମୟ ଇତିହାସ ସମ୍ପର୍କିତ ଏକ ଫଟୋ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା। ଉଦ୍‌ଯାପନୀ ସନ୍ଧ୍ୟାରେ ବର୍ଷୀୟାନ ଫଟୋଗ୍ରାଫର ପୂର୍ଣ୍ଣଚନ୍ଦ୍ର ବିନ୍ଧାଣି, ସିନେ ତାରକା ଉତ୍ତମ ମହାନ୍ତି, ସାରସ୍ବତ ସାଧକ ଡା. ନିର୍ମଳେନ୍ଦୁ କୁମାର ଦାସ, ନୌସେନାର ବରିଷ୍ଠ ଅଧିକାରୀ ଅଜୟ କୁମାର ପଟ୍ଟନାୟକ, କ୍ରୀଡ଼ାବିତ ତଥା ଚଳଚ୍ଚିତ୍ର ଅଭିନେତା ଅସିତ ପତି, ଓଡ଼ିଶା ମହିଳା ଫୁଟବଲ ଦଳର ପ୍ରତିଷ୍ଠାତା ନନ୍ଦ କିଶୋର ପଟ୍ଟନାୟକ, ଓଡ଼ିିଆ ଚଳଚ୍ଚିତ୍ରର ସଂଳାପ ଲେଖକ ଚିନ୍ମୟ କୁମାର ଦାସଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ବାଲେଶ୍ୱରର ଚିତ୍ର ତଥା ଭାସ୍କର୍ଯ୍ୟ ଶିଳ୍ପୀ କେଶୁ ଦାସଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉଦ୍‌ଯାପନୀ ଉତ୍ସବକୁ ହେମନ୍ତ ସାହା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri