ମୟୂରଭଞ୍ଜ ଜିଲାରେ ୨ ନୂଆ କରୋନା ପଜିଟିଭ ଚିହ୍ନଟ: ଉଭୟ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ, ଜିଲାରେ ଆକ୍ରାନ୍ତ ସଂଖ୍ୟା୧୧ ଛୁଇଁଲା

ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲାରେ ଶନିବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣେ କପ୍ତିପଦା ବ୍ଳକ ପିଙ୍ଗୁ ଗ୍ରାମର ୧୬ ବର୍ଷର ବାଳକ ହୋଇଥିବା ବେଳେ ଅନ୍ୟ ଜଣେ ବାରିପଦା ପୌରପରିଷଦ ତକତପୁରର ୧୫ ବର୍ଷର ବାଳକ। ଉଭୟଙ୍କୁ ଚିକିତ୍ସା ପାଇଁ କଟକ କୋଭିଡ଼ ହସ୍ପିଟାଲକୁ ପଠାଯାଇଛି। ପିଙ୍ଗୁ ଗ୍ରାମର ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ତକତପୁର ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି।
ତକତପୁର ଅଞ୍ଚଳର ଯୁବକ ପଶ୍ଚିମବଙ୍ଗରେ ରହି ପାଠ ପଢ଼ୁଥିଲେ। ଗତ ୯ ତାରିଖରେ ସେ ଅନ୍ୟ ୮ ଜଣଙ୍କ ସହ କୋଲକାତାରୁ ଓଡ଼ିଶାକୁ ଏକ ଗାଡ଼ିରେ ଆସିଥିଲେ। ତାଙ୍କ ସହ ଅନ୍ୟ ୨ ଜଣ ବାରିପଦାରେ ଓହ୍ଲାଇଥିବା ବେଳେ ଅନ୍ୟମାନେ ଅନ୍ୟ ଜିଲାକୁ ଯାଇଥିଲେ। ତେବେ ବାରିପଦାରେ ଓହ୍ଲାଇଥିବା ୩ ଜଣଯାକ କ୍ୱାରାଣ୍ଟାଇନରେ ରହୁଥିଲା। ସେଠାରୁ ସମସ୍ତଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ଶନିବାର ସକାଳେ କେବଳ ଜଣଙ୍କର ପଜିଟିଭି ବାହାରିଥିଲା। ଉଭୟ ରାଜ୍ୟ ବାହାରୁ ଆସିବା ପରେ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବାରୁ କେହି ଭୟଭୀତ ନ ହେବା ପାଇଁ ଜିଲାପାଳ ବୀନିତ ଭରଦ୍ୱାଜ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ଜିଲାରେ ପୂର୍ବରୁ ୯ ଜଣ କରୋନା ପଜିଟିଭି ଚିହ୍ନଟ ହୋଇଥିବା ବେଳେ ଶନିବାର ନୂଆ ୨ ଜଣଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ବୁଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri