ଯକୃତ ପତିରୋପଣ ୟୁନିଟ୍‌: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୯ା୭(ବ୍ୟୁରୋ)- ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ ପାଇଁ ସମସ୍ତ ପ୍ରସ୍ତୁତି ସାରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ରାଜ୍ୟ ଔଷଧ ନିଗମ ସମ୍ମିଳନୀ କକ୍ଷରେ ଯକୃତ ପ୍ରତିରୋପଣ ସଂକ୍ରାନ୍ତରେ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଯକୃତ ପ୍ରତିରୋପଣ ନିମନ୍ତେ ତାଲିମପ୍ରାପ୍ତ ମାନବସମ୍ବଳ ଆସନ୍ତା ଏକମାସ ମଧ୍ୟରେ ବ୍ୟବସ୍ଥା ପାଇଁ କୁହାଯାଇଛି। ଏଥି ସହିତ ଆବଶ୍ୟକ ପଡୁଥିବା ମଡୁଲାର ଓଟି ଓ ଉପକରଣ ଆଦି ପ୍ରସ୍ତୁତ କରିବାଲାଗି ଦୁଇମାସ ସମୟ ଦିଆଯାଇଛି। ସମୀକ୍ଷା ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଯକୃତ ପ୍ରତିରୋପଣ ପାଇଁ ରାଜ୍ୟର ରୋଗୀମାନେ ଓଡ଼ିଶା ବାହାରେ ବ୍ୟାପକ ଖର୍ଚ୍ଚାନ୍ତ ହେଉଥିବାବେଳେ ଖୁବ୍‌ ଶୀଘ୍ର ସେମାନଙ୍କୁ ରାଜ୍ୟ ଭିତରେ ଏହି ସୁବିଧା ଯୋଗାଇ ଦିଆପାରିବ। ସୂଚନାଯୋଗ୍ୟ, ୨୦୧୨ ମସିହାରୁ ଏସ୍‌ସିବିରେ ଯକୃତ ପତିରୋପଣ ୟୁନିଟ୍‌ ଖୋଲିବା ପାଇଁ ଉଦ୍ୟମ ଆରମ୍ଭ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହା ପୂର୍ଣ୍ଣାଙ୍ଗ ହୋଇପାରିନାହିଁ। ସେ ସମ୍ପର୍କରେ ବିଶଦ ଆଲୋଚନା କରାଯାଇ ଏ କ୍ଷେତ୍ରରେ ଦେଖା ଦେଇଥିବା ଅଭାବ ଅସୁବିଧାକୁ ଦୂର କରାଯିବା ସହିତ ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଯେଭଳି ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସରିବ ତାହା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହି ବୈଠକରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ନିଗମର ପରିଚାଳନା ନିର୍ଦ୍ଦେଶିକା ୟାମିନୀ ଷଡ଼ଙ୍ଗୀ, ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ସ୍ବତନ୍ତ୍ର ସଚିବ ଶରତ ଚନ୍ଦ୍ର ମିଶ୍ର, ଏସ୍‌ସିବିର ଅଧ୍ୟକ୍ଷା ପ୍ରଫେସର ଜୟଶ୍ରୀ ମହାନ୍ତି, ଅଧ୍ୟକ୍ଷ ପ୍ରଫେସର ସି.ବି.କେ ମହାନ୍ତି, ବିଭାଗୀୟ ମୁଖ୍ୟ ପ୍ରଫେସର ଶରତ ଚନ୍ଦ୍ର ଜୟସିଂହଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ସେହିଭଳି କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଜମି ସମସ୍ୟା ନେଇ ଆଲୋଚନା ହୋଇଥିଲା। ଏହିସବୁ ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ବା ସମ୍ପ୍ରସାରଣ ସହିତ ନୂତନ ସ୍ବାସ୍ଥ୍ୟ ଅନୁଷ୍ଠାନ ଖୋଲିବା ପାଇଁ ଜମିର ଯାହା ଆବଶ୍ୟକତା ରହିଛି ଓ ଯେଉଁ ଜମି ମିଳିଛି ତାହାକୁ ତୁରନ୍ତ ଦାଖଲକୁ ନେଇ କାର୍ଯ୍ୟ ଆରମ୍ଭ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ବିଭାଗୀୟ ସଚିବଙ୍କ ସମେତ ସମ୍ପୃକ୍ତ ଜିଲାର ଜିଲାପାଳ ଓ ଅନ୍ୟାନ୍ୟ ପଦାଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri