ଯକ୍ଷ୍ମା ରୋଗ ଚିହ୍ନଟ, ନିରାକରଣ ଉପରେ ସଚେତନତା ଆବଶ୍ୟକ

କାଳିଆପାଣି,୧।୮(ଡି.ଏନ୍‌.ଏ.): ଓଡ଼ିଶା ଖଣି ନିଗମ ପକ୍ଷରୁ ବୁଧବାର ଯକ୍ଷ୍ମା ନିରାକରଣ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଖଣି ନିଗମ ଆଞ୍ଚଳିକ ପରିଚାଳକ ବିଜୟ କୁମାର ବେହେରାଙ୍କ ପ୍ରଚେଷ୍ଟାରେ କାଳିଆପାଣି ହାଇସ୍କୁଲର ଛାତ୍ରୀଛାତ୍ରଙ୍କୁ ନେଇ କମ୍ୟୁନିଟି ହଲ୍‌ଠାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଶାସନିକ ଅଧିକାରୀ ଲକ୍ଷ୍ମଣ ହାଁସଦାଙ୍କ ସଭାପତିତ୍ୱରେ ଯାଜପୁର ଜିଲା ଯକ୍ଷ୍ମା ସଚେତନତା ସଂଯୋଜକ ମାନସ ରଞ୍ଜନ ସାମଲ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଜାତୀୟ ସ୍ବାସ୍ଥ୍ୟ ମିଶନ ଜିଲା ସଂଯୋଜକ ସୁରେନ୍ଦ୍ର କୁମାର ମିଶ୍ର, ଖଣି ନିଗମ ଡା. ବିଶ୍ୱରଞ୍ଜନ ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଯକ୍ଷ୍ମା ଏକ ବାୟୁ ଜନିତ ସଂକ୍ରମିତ ରୋଗ ହୋଇଥିବାରୁ ବାୟୁମଣ୍ଡଳରେ ଏହି ଜିବାଣୁ ପ୍ରବାହିତ ହୋଇ ରୋଗ ସୃଷ୍ଟି କରିଥାଏ। ଏହାର ଚିହ୍ନଟ ଓ ନିରାକରଣ ଉପରେ ସଚେତନତା ଆବଶ୍ୟକ। ଏହା କରା ନ ଗଲେ ଆଗାମୀଦିନରେ ଏହି ରୋଗ ବ୍ୟାପିବାର ଆଶଙ୍କା ରହିଛି ବୋଲି ବକ୍ତାମାନେ ପ୍ରକାଶ କରିଥିଲେ। ଏଥିସହ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଏକ ଯକ୍ଷ୍ମାମୁକ୍ତ ରାଷ୍ଟ୍ର ଗଠନରେ ସହଯୋଗ କରିବା ପାଇଁ ଶପଥପାଠ କରାଇଥିଲେ । ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ନେଇ ଯକ୍ଷ୍ମା ଉପରେ ବିଭିନ୍ନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଛି। ନିଗମର ସହ ପ୍ରଶାସନିକ ଅଧିକାରୀ ଆଶ୍ରିତ ଖାଖା ପରିଚାଳନାରେ ସହଯୋଗ କରିଥିଲେ । ଖଣି ନିଗମ ସିଏସ୍‌ଆର ଅଧିକାରୀ ମଧୁସ୍ମିତା ଦାସ ସ୍ବାଗତ ଭାଷଣ ଓ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri