ବାଲେଶ୍ୱର ଅଫିସ/ରସାଳପୁର, ୧।୯(ଡି.ଏନ.ଏ.)-ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ଘଟଣାକୁ ନେଇ ଦୁଇ ଛାତ୍ରଗୋଷ୍ଠୀ ମୁହଁାମୁହିଁ ହେବା ଏବଂ ଜୁନିୟର ଛାତ୍ରମାନେ ପ୍ରତିଶୋଧ ପରାୟଣ ହୋଇ ଜଣେ ସିନିୟର ଛାତ୍ରଙ୍କୁ ପୋଖରୀରେ ବୁଡାଇ ମାଡ ମାରୁଥିବା ଘଟଣା ପଦାକୁ ଆସିଛି। ଏ ସଂକ୍ରାନ୍ତ ଏକ ଭିଡିଓ ଭାଇରାଲ ହୋଇଛି। ବାଲେଶ୍ୱର ଜିଲା ବାହାନଗା ବ୍ଲକ ରସାଳପୁରସ୍ଥିତ ଯଦୁନାଥ ଡିଗ୍ରୀ ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଥିବା ଜଣାପଡିବା ସତ୍ତ୍ୱେ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ଛାତ୍ରୀଛାତ୍ରମାନେ ଶନିବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାକ୍ଷାତ କରି ଦସ୍ତଖତ ସମ୍ବଳିତ ଅଭିଯୋଗ କରିଛନ୍ତି। ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସେମାନେ ଦାବି କରିଛନ୍ତି। ଜିଲାପାଳ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏ ସମ୍ପର୍କରେ ଜିଲାପାଳଙ୍କୁ ପଚାରିବାରୁ ‘ଅଭିଯୋଗ ମିଳିଛି ଏବଂ ତଦନ୍ତ କରାଯିବ ବୋଲି ଗଣମାଧ୍ୟମକୁ କହିଛନ୍ତି’।
ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ବନ୍ଦ ଲାଗି କଟକଣା ସତ୍ତ୍ୱେ ଏହି କଲେଜରେ ର଼୍ୟାଗିଂ ହେବା ଯୋଗୁ ଯୁକ୍ତ ୨ ଶ୍ରେଣୀର ଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସେହିପରି ଛାତ୍ର ସଂସଦ ନିର୍ବାଚନ ବନ୍ଦ ହେବା ନେଇ ବାଦବିବାଦ ପରିସ୍ଥିତି ସୃଷ୍ଟି ହୋଇଥିଲା। ଯୁକ୍ତ ୩ର ଛାତ୍ରମାନେ ଯୁକ୍ତ୨ ଛାତ୍ରମାନଙ୍କୁ ବାରମ୍ବାର ହଇରାଣ ହରକତ କରୁଥିବାରୁ ଏକ ଛାତ୍ରଗୋଷ୍ଠୀ ସେମାନଙ୍କୁ ବିରୋଧ କରୁଥିଲେ। ଗତ ଗୁରୁବାର କଲେଜ କ୍ୟାମ୍ପସ୍ରେ ଥିବା ପୋଖରୀ ନିକଟରେ ଜଣେ ଯୁକ୍ତ ୩ ଛାତ୍ରକୁ ଏକୁଟିଆ ପାଇ ଯୁକ୍ତ୨ର ୫ରୁ ୬ ଜଣ ଛାତ୍ର୍ର ରାଗିଂର କାରଣ ପଚାରିବାରୁ ଗଣ୍ଡଗୋଳ ଘଟିଥିଲା। ଏହି ସମୟରେ ଯୁକ୍ତ ୩ ଛାତ୍ରଜଣକ ପୋଖରୀରେ ପଡ଼ିଯାଇଥିଲେ ମଧ୍ୟ ଯୁକ୍ତ ୨ର ଛାତ୍ରମାନେ ତାଙ୍କୁ ଛାଡ଼ି ନ ଥିଲେ। ଖବରପାଇ ଅନ୍ୟ ଛାତ୍ରୀଛାତ୍ର, ଅଧ୍ୟାପକ ପହଞ୍ଚତ୍ୟିବାରୁ ସେମାନେ ପଳାଇ ଯାଇଥିଲେ। ଆକ୍ରମଣର ଶିକାର ହୋଇଥିବା ଛାତ୍ରଜଣକ ପରେ ସଦର ଥାନାକୁ ଯାଇ ଏନେଇ ଲିଖିତ ଅଭିଯୋଗ କରିଥିଲେ। କଲେଜ କର୍ତ୍ତୃପକ୍ଷ କୌଣସି ଅଭିଯୋଗ କରି ନ ଥିବାରୁ ତାଙ୍କ ଏତଲା ଗ୍ରହଣ କରାଯାଇ ନ ଥିବା ଛାତ୍ର ଜଣକ ପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେହି ଗଣ୍ଡଗୋଳ ଘଟଣାର ଦୃଶ୍ୟ ରେକର୍ଡିଂ ହୋଇଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏନେଇ ଅଭିଭାବକମାନେ ଚିନ୍ତା ପ୍ରକଟ କରିଛନ୍ତି।
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
Archives

