ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)  ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ବି ସେ ସୁସ୍ଥ ହୋଇପାରିନାହାନ୍ତି। କାରଣ ଅପରେଶନ ପାଇଁ ଆବଶ୍ୟକ ଅଢ଼େଇ ଲକ୍ଷ ଟଙ୍କା ଯୋଗାଡ଼ କରିବା ତାଙ୍କ ପରି ଦିନମଜୁରିଆଙ୍କ ପକ୍ଷେ ସମ୍ଭବ ନୁହେଁ। ତେଣୁ ଦିନକୁ ଦିନ ସ୍ବାସ୍ଥ୍ୟାବସ୍ଥା ବିଗୁଡୁଥିବାବେଳେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ସନ୍ତୋଷ। ସରକାର କିମ୍ବା କେହି ସହୃଦୟ ବ୍ୟକ୍ତି ଚାହିଁଲେ ଭଲ ହୋଇଯିବେ ବୋଲି ସୋସିଆଲ ମିଡିଆରେ ଏକ ଭିଡିଓ ମାଧ୍ୟମରେ ସହାୟତା ଲୋଡିଛନ୍ତି ସନ୍ତୋଷ। ତାଙ୍କ ଗୁହାରି ସରକାରଙ୍କ ନିକଟରେ ପହଞ୍ଚିବ ବୋଲି ସେ ଆଶା କରିଛନ୍ତି।
ସନ୍ତୋଷଙ୍କ ବାପା ବୀରବରଙ୍କ କହିବା ମୁତାବକ, ପ୍ରାୟ ୪ ବର୍ଷ ତଳେ ସନ୍ତୋଷ ଖେଳୁଥିବାବେଳେ ତଳେ ପଡିଯାଇଥିଲେ। ତାଙ୍କ ପେଟରେ ଗଭୀର ଆଘାତ ଲାଗିଥିବାରୁ ସେଠାରେ ଘା ହେବା ସହ ମଳମୂତ୍ର ତ୍ୟାଗ କରିବାରେ କଷ୍ଟ ଅନୁଭବ କରୁଥିଲେ। ତାଙ୍କୁ ପ୍ରଥମେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ଅପରେଶନ କରି ମଳ ତ୍ୟାଗ ପାଇଁ ଏକ ବାଇପାସ୍‌ କରିଥିଲେ। ଲକ୍ଷାଧିକ ଟଙ୍କା ଖର୍ଚ୍ଚ ସତ୍ତ୍ୱେ ସନ୍ତୋଷ ଠିକ୍‌ ହୋଇ ନ ଥିବା ବୀରବର କହିଛନ୍ତି। ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଅପରେଶନ ଯୋଗୁ ଏପରି ହୋଇଥିବା ସେ ଅଭିଯୋଗ କରିଛନ୍ତି। ଏକ ଘରୋଇ ମେଡିକାଲରେ ଦେଖାଇବା ପରେ ଆଉ ଥରେ ଅପରେଶନ କରାଗଲେ ସନ୍ତୋଷ ସୁସ୍ଥ ହୋଇଯିବେ ବୋଲି ଡାକ୍ତର କହୁଥିବା ବୀରବର କହିଛନ୍ତି। ହେଲେ ଏଥିପାଇଁ ଅଢେଇ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଜାଣିବା ପରେ ତାଙ୍କ ଚିନ୍ତା ବଢିଯାଇଛି। ମୂଲ ମଜୁରିରେ ସନ୍ତୋଷଙ୍କ ଔଷଧ ଖର୍ଚ୍ଚ ଉଠୁ ନ ଥିବାବେଳେ କିପରି ଅପରେଶନ କରି ପୁଅକୁ ଭଲ କରାଇବେ ସେଥିପାଇଁ ସହାୟତା ଭିକ୍ଷା କରିଛନ୍ତି ସେ। ସନ୍ତୋଷ ଓ ତାଙ୍କ ବୁଢୀ ମା’ ଏକ ଭିଡିଓ କରି ସରକାରଙ୍କ କାନରେ ଗୁହାରି ପହଞ୍ଚାଇବା ପାଇଁ ଉଦ୍ୟମ କରିଛନ୍ତି। ଖବରପାଇ ଆଠମଲ୍ଲିକ ବିଧାୟକ ରମେଶ ସାଏଙ୍କ ନିର୍ଦ୍ଦେଶକ୍ରମେ ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ଓ ଠାକୁରଗଡ଼ ଅଞ୍ଚଳର ଏକ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସହାୟତାର ହାତ ବଢାଯାଇଛି। ବୁଧବାର ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ ବୀରବରଙ୍କ ପରିବାର ଲୋକଙ୍କୁ ଭେଟି ରେଡକ୍ରସ ପାଣ୍ଠିରୁ ଏକ ଚେକ ମାଧ୍ୟରେ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ କିଭଳି ଅଧିକ ଚିକିତ୍ସା ଯୋଗାଇ ଦିଆଯାଇପାରିବ ସେଥିପ୍ରତି ଉଦ୍ୟମ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟ ସୁନୀଲ କୁମାର ସାହୁ ମଧ୍ୟ ପରିବାରକୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri