ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)- ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ ଚିକିତ୍ସାଳୟ ସହ କଟକ ମେଡିକାଲରେ ଚିକିତ୍ସିତ ହେବା ପରେ ବି ସେ ସୁସ୍ଥ ହୋଇପାରିନାହାନ୍ତି। କାରଣ ଅପରେଶନ ପାଇଁ ଆବଶ୍ୟକ ଅଢ଼େଇ ଲକ୍ଷ ଟଙ୍କା ଯୋଗାଡ଼ କରିବା ତାଙ୍କ ପରି ଦିନମଜୁରିଆଙ୍କ ପକ୍ଷେ ସମ୍ଭବ ନୁହେଁ। ତେଣୁ ଦିନକୁ ଦିନ ସ୍ବାସ୍ଥ୍ୟାବସ୍ଥା ବିଗୁଡୁଥିବାବେଳେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ସନ୍ତୋଷ। ସରକାର କିମ୍ବା କେହି ସହୃଦୟ ବ୍ୟକ୍ତି ଚାହିଁଲେ ଭଲ ହୋଇଯିବେ ବୋଲି ସୋସିଆଲ ମିଡିଆରେ ଏକ ଭିଡିଓ ମାଧ୍ୟମରେ ସହାୟତା ଲୋଡିଛନ୍ତି ସନ୍ତୋଷ। ତାଙ୍କ ଗୁହାରି ସରକାରଙ୍କ ନିକଟରେ ପହଞ୍ଚିବ ବୋଲି ସେ ଆଶା କରିଛନ୍ତି।
ସନ୍ତୋଷଙ୍କ ବାପା ବୀରବରଙ୍କ କହିବା ମୁତାବକ, ପ୍ରାୟ ୪ ବର୍ଷ ତଳେ ସନ୍ତୋଷ ଖେଳୁଥିବାବେଳେ ତଳେ ପଡିଯାଇଥିଲେ। ତାଙ୍କ ପେଟରେ ଗଭୀର ଆଘାତ ଲାଗିଥିବାରୁ ସେଠାରେ ଘା ହେବା ସହ ମଳମୂତ୍ର ତ୍ୟାଗ କରିବାରେ କଷ୍ଟ ଅନୁଭବ କରୁଥିଲେ। ତାଙ୍କୁ ପ୍ରଥମେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ ମେଡିକାଲ ନିଆଯାଇଥିଲା। ସେଠାରେ ଡାକ୍ତର ଅପରେଶନ କରି ମଳ ତ୍ୟାଗ ପାଇଁ ଏକ ବାଇପାସ୍‌ କରିଥିଲେ। ଲକ୍ଷାଧିକ ଟଙ୍କା ଖର୍ଚ୍ଚ ସତ୍ତ୍ୱେ ସନ୍ତୋଷ ଠିକ୍‌ ହୋଇ ନ ଥିବା ବୀରବର କହିଛନ୍ତି। ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଅପରେଶନ ଯୋଗୁ ଏପରି ହୋଇଥିବା ସେ ଅଭିଯୋଗ କରିଛନ୍ତି। ଏକ ଘରୋଇ ମେଡିକାଲରେ ଦେଖାଇବା ପରେ ଆଉ ଥରେ ଅପରେଶନ କରାଗଲେ ସନ୍ତୋଷ ସୁସ୍ଥ ହୋଇଯିବେ ବୋଲି ଡାକ୍ତର କହୁଥିବା ବୀରବର କହିଛନ୍ତି। ହେଲେ ଏଥିପାଇଁ ଅଢେଇ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଜାଣିବା ପରେ ତାଙ୍କ ଚିନ୍ତା ବଢିଯାଇଛି। ମୂଲ ମଜୁରିରେ ସନ୍ତୋଷଙ୍କ ଔଷଧ ଖର୍ଚ୍ଚ ଉଠୁ ନ ଥିବାବେଳେ କିପରି ଅପରେଶନ କରି ପୁଅକୁ ଭଲ କରାଇବେ ସେଥିପାଇଁ ସହାୟତା ଭିକ୍ଷା କରିଛନ୍ତି ସେ। ସନ୍ତୋଷ ଓ ତାଙ୍କ ବୁଢୀ ମା’ ଏକ ଭିଡିଓ କରି ସରକାରଙ୍କ କାନରେ ଗୁହାରି ପହଞ୍ଚାଇବା ପାଇଁ ଉଦ୍ୟମ କରିଛନ୍ତି। ଖବରପାଇ ଆଠମଲ୍ଲିକ ବିଧାୟକ ରମେଶ ସାଏଙ୍କ ନିର୍ଦ୍ଦେଶକ୍ରମେ ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ଓ ଠାକୁରଗଡ଼ ଅଞ୍ଚଳର ଏକ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସହାୟତାର ହାତ ବଢାଯାଇଛି। ବୁଧବାର ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ ବୀରବରଙ୍କ ପରିବାର ଲୋକଙ୍କୁ ଭେଟି ରେଡକ୍ରସ ପାଣ୍ଠିରୁ ଏକ ଚେକ ମାଧ୍ୟରେ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ କିଭଳି ଅଧିକ ଚିକିତ୍ସା ଯୋଗାଇ ଦିଆଯାଇପାରିବ ସେଥିପ୍ରତି ଉଦ୍ୟମ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସ୍ବେଚ୍ଛାସେବୀ ସଙ୍ଗଠନର ସଦସ୍ୟ ସୁନୀଲ କୁମାର ସାହୁ ମଧ୍ୟ ପରିବାରକୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri