ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍‌ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ। ପରେ ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ଅଞ୍ଚଳରେ ମୋଟ ୨୬୯ ପରିବାର ଅଛନ୍ତି। ସେଥିରୁ ବର୍ତ୍ତମାନ ସୁଦ୍ଧା ୨୦୦ ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ଅପରାହ୍ନରେ ୧୪ଟି ପଜିଟିଭ୍‌ ଆସିଛି। ସେହିଭଳି ଅନ୍ୟମାନଙ୍କ ନମୂନା ସଂଗ୍ରହ କରାଯାଉଛି ବୋଲି ଗୁରୁବାର ଗୀତ ଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।

ସେହିଭଳି ଏତେ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେବା ପରେ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି ଭୟ କରିବାର ଆବଶ୍ୟକତା ନାହିଁ। ଯଦି ୬ଟି ମାମଲା ଆସିବା ପରେ ସରକାର କଣ୍ଟେନମେଣ୍ଟ ଘୋଷଣା କରି ନ ଥାନ୍ତେ, ତେବେ ପୁରା ଜିଲା ସଂକ୍ରମିତ ହୋଇଥାନ୍ତା। ସିଲ୍‌ ହେବା ଯୋଗୁ ୧୪ଟି ମାମଲା ବାହାରିଛି। ବ୍ୟସ୍ତ ନ ହୋଇ ସରକାରଙ୍କ ପଦକ୍ଷେପକୁ ଜନସାଧାରଣ ସହଯୋଗ କରନ୍ତୁ ବୋଲି ସଚିବ ସଞ୍ଜୟ ସିଂ କହିଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ତେବେ ସକାଳେ ୩ଜଣ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏଣୁ ଏବେ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri