ଯାଜପୁରରେ ଦ୍ୱିତୀୟ ସର୍ବାଧିକ ପଜିଟିଭ୍‌

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଗତ ୪ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷକରି ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅଧିକାଂଶ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଯାଜପୁରରୁ ଆଉ ୪ଜଣ ଓ ବାଲେଶ୍ୱରରୁ ୨ଜଣଙ୍କ ରିପୋର୍ଟ ପଜିଟିଭ୍‌ ବାହାରିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚତ୍ଛି। ତେବେ ନୂଆ ୪ ଆକ୍ରାନ୍ତ ବାହାରିବା ପରେ ଯାଜପୁର ଏବେ ଖୋର୍ଦ୍ଧା ତଳକୁ ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ଜିଲା ଭାବେ ପରିଗଣିତ ହୋଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ମହିଳା ଓ ଜଣେ ଯୁବକ ଅଛନ୍ତି। ସେମାନଙ୍କ ବୟସ ଯଥାକ୍ରମେ ୮୦, ୭୦, ୪୮ ଓ ୨୧ ରହିଥିବାବେଳେ ଜଣଙ୍କ ଘର ଦଶରଥପୁର ବ୍ଲକ୍‌ ଓ ଅନ୍ୟ ୩ଜଣଙ୍କ ଘର ଯାଜପୁର ବ୍ଲକ୍‌ରେ। ଗତ ୨୦ ତାରିଖରୁ ସେମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ସେହିପରି ବାଲେଶ୍ୱରରୁ ଚିହ୍ନଟ ୨ ଜଣଙ୍କ ମଧ୍ୟରୁ ଜଣେ ୫୫ ବର୍ଷୀୟ ମହିଳା ଓ ଅନ୍ୟଜଣେ ୩୬ବର୍ଷର ଯୁବକ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏମାନେ ପୂର୍ବରୁ ଚିହ୍ନଟ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଆକ୍ରାନ୍ତଙ୍କ ନିକଟ ସମ୍ପର୍କୀୟ ଓ ସେମାନଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଗତ ସୋମବାର ଗୋଟିଏ ଦିନରେ ୧୩ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବାବେଳେ ମଙ୍ଗଳବାର ୫ ଓ ବୁଧବାର ୪ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏମାନେ ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା କିମ୍ବା ସଂସ୍ପର୍ଶରେ ଆସିଥିବାରୁ ଅନ୍ୟମାନଙ୍କୁ ଠାବ କରିବା ଏବେ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।
ଏପଟେ ଗୁରୁବାର ଭୁବନେଶ୍ୱରର ଆଉଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ୩୩ଜଣ ସୁସ୍ଥ ହୋଇଥିବାବେଳେ ୫୬ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ଖୋର୍ଦ୍ଧାରେ ୪୬ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୨୨ଜଣ ସୁସ୍ଥ ହୋଇଛନ୍ତି, ଜଣଙ୍କର ମୃତ୍ୟୁ ହୋଇଛି ଓ ୨୩ ଆକ୍ଟିଭ୍‌ କେସ୍‌ ରହିଛି। ସେହିପରି ଯାଜପୁରରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚତ୍ଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୨ ସୁସ୍ଥ ହୋଇଛନ୍ତି। ବାଲେଶ୍ୱରରେ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା କେହି ବି ସୁସ୍ଥ ହୋଇ ନାହାନ୍ତି। ଅନୂରୁପ ଭାବେ ସୁନ୍ଦରଗଡ଼ରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ସୁସ୍ଥ, କେନ୍ଦ୍ରାପଡ଼ାର ୨ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ଓ କଳାହାଣ୍ଡିରେ ସମସ୍ତ ୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ କଟକ, ପୁରୀ ଓ ଢ଼େଙ୍କାନାଳରେ ଚିହ୍ନଟ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ, କ୍ୟାମେରାରେ କଏଦ୍ ହେଲା ଦୃଶ୍ୟ

ଭୁବନେଶ୍ୱର,୨୯।୧୧: ଓଡିଶାରେ ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ। ରାଜ୍ୟରେ ଏବେ ବାଘ ଜନଗଣନା ଚାଲିଥିବା ବେଳେ କଲରା ପତରିଆ ବାଘର ରୋମାଞ୍ଚକର ଦୃଶ୍ୟ...

ସରକାରଙ୍କ ସହ ଆଲୋଚନା ସଫଳ, ବସ୍ ଧର୍ମଘଟ ପ୍ରତ୍ୟାହାର

ଭୁବନେଶ୍ୱର,୨୯।୧୧: ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ବସ୍ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି ଅଲ ଓଡିଶା ଘରୋଇ ବସ ସଂଘ। ବୁଧବାର ସନ୍ଧ୍ୟାରେ...

ଶ୍ରୀଜିଉଙ୍କ ବନକଲାଗି ନୀତି: ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି...

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ...

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।...

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର...

ଆଜି ଜଗତ୍‌ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ

ଜଗତ୍‌ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ....

ନଦୀ ପାଉଛି ଡ୍ରେନେଜ୍‌ର ଆଖ୍ୟା

ଯାଜପୁର,୨୯।୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ସମସ୍ତ ନଦୀ ଡ୍ରେନେଜ୍‌ର ଆଖ୍ୟା ନ ପାଉ। ଅଧିକାଂଶ ନଦୀ ଜଳ ଗୁରୁତର ଭାବେ ପ୍ରଦୂଷିତ ହେଉଥିବାରୁ ଓଡ଼ିଶା ନଦୀ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri