ଯାତ୍ରୀଙ୍କୁ ଆକ୍ରମଣ: ଅଟୋ ଚାଳକ ଗିରଫ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): ଅଟୋ ଚାଳକଙ୍କ ଉନ୍ମତ୍ତକାଣ୍ଡ । ଦ୍ରୁତ ଗତିରେ ବେପରୁଆ ଅଟୋଚାଳନା ଯୋଗୁ ଅନ୍ୟ ଅଟୋରେ ଯାଉଥିବା ଯାତ୍ରୀଙ୍କ ଉପରେ ପଡ଼ିଲା ରାସ୍ତାପାଣି। ଏହାକୁ ବିରୋଧ କରିବାରୁ ଜଣେ ଯାତ୍ରୀଙ୍କୁ ଲୁହାରଡ୍‌ରେ ପିଟି ମରଣାନ୍ତକ ଆକ୍ରମଣ କଲେ। ଘଟଣାଟି ଘଟିଛି ଖଣ୍ଡଗିରି ଥାନା ଅନ୍ତର୍ଗତ ସିଟି ମହିଳା ମହାବିଦ୍ୟାଳୟ ପାଖରେ। ଅଭିଯୁକ୍ତ ଅଟୋଚାଳକଙ୍କୁ ଗିରଫ କରିଛି ପୋଲିସ। ସେ ହେଲେ ଧଉଳି ଥାନା ଅନ୍ତର୍ଗତ ଶିଶୁପାଳଗଡ଼ରେ ରହୁଥିବା ପ୍ରଶାନ୍ତ ପାଇକରାୟ(୩୧)। ତାଙ୍କ ଅଟୋକୁ ପୋଲିସ ଜବତ କରିବା ସହ ପ୍ରଶାନ୍ତଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଝାରପଡ଼ା ଜେଲ ହାଜତକୁ ପଠାଇ ଦିଆଯାଇଛି ା
ଗୁରୁବାର ରାତି ସାଢେ ୮ଟା। ଏକ ଅଟୋରେ ଶିଶୁଭବନ ଛକରୁ ନିଜଘର ଡୁମୁଡୁମା ହାଉସିଂବୋର୍ଡକୁ ଫେରୁଥିଲେ ସୟଦ୍‌ ଅହମ୍ମଦ ରାଜା(୪୯)। ସେ ଆସୁଥିବା ଅଟୋ ପଛରେ ପ୍ରଶାନ୍ତଙ୍କ ଅଟୋ ଦୃତଗତିରେ ଆସି ଓଭରଟେକ୍‌ କରିଥିଲା। ରାସ୍ତାରେ ଥିବା ପାଣି ପଡ଼ିଥିଲା ସୟଦ୍‌ଙ୍କ ଦେହରେ। ତୁରନ୍ତ ପ୍ରଶାନ୍ତଙ୍କ ଅଟୋକୁ ପିଛା କରି ସିଟି ମହିଳା ମହାବିଦ୍ୟାଳୟ ନିକଟରେ ଅଟକାଇଥିଲେ ସୟଦ୍‌ । ପଚାରିଥିଲେ ଏମିତି କ’ଣ ଅଟୋ ଚଲାଇବା କଥା! ତୁମ ପାଇଁ ମୋ ଦେହରେ ରାସ୍ତା ପାଣି ପଡ଼ିଲା। ତୁମଭଳି କିଛି ଚାଳକଙ୍କ ପାଇଁ ଦୁର୍ଘଟଣା ଘଟୁଛି। ଏତିକି କଥାରେ ଉତ୍‌କ୍ଷିପ୍ତ ହୋଇଉଠିଲେ ପ୍ରଶାନ୍ତ। ନିଜ ଅଟୋ ଭିତରେ ରଖିଥିବା ଏକ ଲୁହାରଡରେ ସୟଦ୍‌ଙ୍କୁ ଆକ୍ରମଣ କରିଥିଲେ। ଜୀବନ ବିକଳରେ ସୟଦ୍‌ ଦାୈଡିବାକୁ ଉଦ୍ୟମ କରିଥିଲେ ମଧ୍ୟ ପ୍ରଶାନ୍ତ ତାଙ୍କୁ ନିର୍ଧୁମ ମାଡ଼ ମାରିବା ସହ ଗୋଇଠା ମାରି ଡ୍ରେନରେ ପକାଇ ଦେଇଥିଲେ। ଗୁରୁତର ସୟଦ୍‌ଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଥାନାରେ ଅଭିଯୋଗ ହେବା ପରେ ପୋଲିସ୨୧୦/୨୦ନମ୍ବରରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri