ଯାନ୍ତ୍ରିକ ତ୍ରୁଟି ଯୋଗୁ ସନ୍ଧ୍ୟା ୬ଟାରେ ବି ହୋଇପାରିଲାନି ଟ୍ରେନ୍‌ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୧।୫: ପ୍ରାୟ ୪୮ ଦିନ ପରେ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍‌ ସେବା ମେ ୧୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ମେ ୧୧ରେ ଅପରାହ୍ନ ୪ଟାରୁ ଟିକେଟ ବୁକିଂ ଆରମ୍ଭ ହେବାର ଥିଲା। କିନ୍ତୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅପରାହ୍ନ ୪ଟା ବଦଳରେ ୬ଟାରେ ପୁଣି ଥରେ ବୁକିଂ ହେବ ବୋଲି ରେଲଓ୍ବେ ପକ୍ଷରୁ କୁହାଯାଇଥିଲା। ହେଲେ ସନ୍ଧ୍ୟା ୬ଟାରେ ମଧ୍ୟ ସେହି ସମାନ ସମସ୍ୟା ଦେଖାଦେଇଛି। କିଛି ସ୍ଥାନରେ ଆଇଆରସିଟିସିର ଓ୍ବେବସାଇଟ କାମ କରୁଥିବା ବେଳେ ଆଉ କେତେକ ସ୍ଥାନରେ କନେକ୍ସନ୍‌ ସ୍ଲୋ ଓ ଏରର ଦେଖାଉଥିବା ଜଣାପଡ଼ିଛି। ଘରକୁ ଫେରିବା ପାଇଁ ଏକାସମୟରେ ସମସ୍ତେ ଲଗ୍‌ଇନ୍‌ କରୁଥିବାରୁ ଅତ୍ୟଧିକ ଟ୍ରାଫିକ୍‌ ଯୋଗୁ ଓ୍ବେବସାଇଟ୍‌ରେ ସମସ୍ୟା ଦେଖାଯାଉଛି ବୋଲି ରେଲଓ୍ବେ ବିଭାଗ ସୂଚନା ଦେଇଛି। ସୂଚନା ମୁତାବକ ଭାରତୀୟ ରେଲଓ୍ବେ ବିଭାଗ ପକ୍ଷରୁ ମେ ୧୨ରୁ ୧୫ଟି ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ। ଏହା ଦିଲ୍ଲୀ ଷ୍ଟେସନରୁ ବାହାରି ଦିବ୍ରୁଗଡ଼, ଅଗରତାଲା, ପାଟନା, ବିଳାସପୁର, ରାଞ୍ଚି, ଭୁବନେଶ୍ୱର, ସିକନ୍ଦରାବାଦ, ବେଙ୍ଗାଲୁରୁ, ଚେନ୍ନାଇ, ତିରୁଅନନ୍ତପୁରମ, ମଡଗାଁଓ, ମୁମ୍ବାଇ ସେଣ୍ଟ୍ରାଲ, ଅହମଦାବାଦ ଓ ଜମ୍ମୁ ତଓ୍ବି ପହଞ୍ଚିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri