ଯାନ୍ତ୍ରୀକ ତ୍ରୁଟି ଯୋଗୁ ଓପିଜିସିର ପ୍ରଥମ ୟୁନିଟ୍‌ ବନ୍ଦ, ୨୧୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୨।୫(ଡି.ଏନ୍‌.ଏ.)-ଓଡିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲି ସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ୪ଟି ୟୁନିଟ୍‌ ରହିଛି। ଏଥିମଧ୍ୟରୁ ୧ମ ୟୁନିଟ୍‌ରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବା ଫଳରେ ଗତ ଶୁକ୍ରବାର ମଧ୍ୟାହ୍ନ ୧ଟା ୬ମିନିଟ୍‌ରୁ ସମ୍ପୁକ୍ତ ୟୁନିଟ୍‌ ବନ୍ଦ ରହିଛି । ଏଥିରୁ ଉତ୍ପାଦନ ହେଉଥିବା ୨୧୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ ବାଧାପ୍ରାପ୍ତ ହୋଇଛି। ଏନେଇ ପ୍ରକଳ୍ପର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହିମାଂଶୁ ବେହେରା କହିଛନ୍ତି, ଇଲେକ୍ଟ୍ରିକାଲ୍‌ ସମସ୍ୟା ଯୋଗୁ ଏଭଳି ହୋଇଛି । ଏହାର ମରାମତି ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ବହୁଶୀଘ୍ର ୟୁନିଟ୍‌ କାର୍ଯ୍ୟକ୍ଷମହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri