ଯୁକ୍ତ୨ ବଳକା ପରୀକ୍ଷା: ପ୍ରସ୍ତୁତି ନେଇ କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମାଗିଲା ସିଏଚ୍‌ଏସ୍‌ଇ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଯୁକ୍ତ ୨ ବଳକା ପରୀକ୍ଷା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମଗାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ଏକା ସାଙ୍ଗରେ କେତେଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେଇ ପାରିବେ ତାହାର ଡାଟା ପ୍ରସ୍ତୁତ କରି ୧୮ ତାରିଖ ସୁଦ୍ଧା ପରିଷଦକୁ ଦେବା ପାଇଁ ଚିଠିରେ ଉଲ୍ଲେଖ ରହିଛି। ଶ୍ରେଣୀଗୃହ ବ୍ୟତୀତ ରିଡିଂ ରୁମ୍‌, କମନ ରୁମ୍‌କୁ ମଧ୍ୟ ପରୀକ୍ଷା ହଲ ଭାବେ ଗଣାଯାଇପାରିବ। ଏପରି କି ନିଜ କଲେଜ ପରିସରରେ ଥିବା ହଷ୍ଟେଲକୁ ମଧ୍ୟ ଏଥିପାଇଁ ବ୍ୟବହାର କରିହେବ। ଯଦି ନିଜ କେନ୍ଦ୍ରରେ ଆବଶ୍ୟକ ସ୍ଥାନ ନ ହୁଏ ତେବେ ନିକଟସ୍ଥ ଉଚ୍ଚ ମାଧ୍ୟମିକ ସ୍କୁଲ କିମ୍ବା କଲେଜରେ ପରୀକ୍ଷା ପାଇଁ ବ୍ୟବସ୍ଥା କରିହେବ। ଏ ସଂକ୍ରାନ୍ତ ସମସ୍ତ ତଥ୍ୟ କାଉନସିଲରେ ଦାଖଲ କରିବାକୁ କୁହାଯାଇଛି। ଚଳିତବର୍ଷ ଯୁକ୍ତ ୨ର ଉଭୟ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟର ପରୀକ୍ଷା ବାକି ରହିଥିବାବେଳେ ଏହାକୁ ସିଏଚ୍‌ଏସଇ କରିବାକୁ ଯୋଜନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?