ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟର ୧୦୪୭ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ନାମଲେଖା ନିମନ୍ତେ ସୋମବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ବା ମେରିଟ୍‌ ଲିଷ୍ଟ୍‌ ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ମୋଟ ୨୨ହଜାର ୨୦୭ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏଥିରେ କଳା ବିଭାଗରେ ୧୨ହଜାର ୫୪୫ଜଣ, ବାଣିଜ୍ୟରେ ୧ହଜାର ୪୧୨ଜଣ, ଫିଜିକାଲ ସାଇନ୍ସରେ ୪ହଜାର ୧୫୨ଜଣ, ବାୟୋଲୋଜିକାଲ ସାଇନ୍ସରେ ୩ହଜାର ୫୭୭ଜଣ, ସେଲ୍ଫ ଫାଇନାସିଂରେ ୪୪୪ ଓ ଶାସ୍ତ୍ରୀ ବିଭାଗରେ ୭୭ଜଣ ଛାତ୍ରୀଛାତ୍ର ରହିଛନ୍ତି।
କଳା ବିଭାଗର ଇଂଲିଶ ବିଷୟରେ ସର୍ବାଧିକ କଟ୍‌ଅଫ୍‌ ମାର୍କ ବିଜେବି କଲେଜର ୭୮.୧୭% ରହିଥିବାବେଳେ ଓଡ଼ିଆରେ ବଲାଙ୍ଗୀର ରାଜେନ୍ଦ୍ର ସ୍ବୟଂଶାସିତ ମହାବିଦ୍ୟାଳୟ ୭୭.୩୩%, ରାଜନୀତି ବିଜ୍ଞାନରେ ବିଜେବି କଲେଜ ୭୬.୮୩%, ଅର୍ଥନୀତିରେ ବିଜେବି କଲେଜ ୭୬.୬%, ଏଜୁକେଶନରେ ବିଜେବି କଲେଜ ୭୫.୬୭%, ସୋସିଓଲୋଜିରେ ବିଜେବି କଲେଜ ୭୫.୩୩%, ସାଇକୋଲୋଜିରେ ବିଜେବି କଲେଜର ୭୨.୩୩% କଟ୍‌ ଅଫ୍‌ ଯାଇଛି। ଫିଜିକାଲ ସାଇନ୍ସର ଗଣିତରେ ବିଜେବି କଲେଜ ୯୧.୨%, ପଦାର୍ଥ ବିଜ୍ଞାନରେ ବିଜେବି କଲେଜ ୮୭.୬୭% ଓ ରସାୟନ ବିଜ୍ଞାନରେ ବିଜେବି କଲେଜର କଟ୍‌ ଅଫ୍‌ ମାର୍କ ୮୫.୬% ରହିଛି। ସେହିପରି ବାୟୋଲୋଜିକାଲ ସାଇନ୍ସର ଜୀବ ବିଜ୍ଞାନରେ ବିଜେବି କଲେଜ ୮୬.୫%, ଉଦ୍ଭିଦ ବିଜ୍ଞାନରେ ବିଜେବି କଲେଜ ୮୩.୨% ଏବଂ ବାଣିଜ୍ୟରେ ସାଇ ଇଣ୍ଟରନ୍ୟାଶନାଲ କଲେଜ ଅଫ୍‌ କମର୍ସ ଆଣ୍ଡ୍‌ ଇକୋନୋମିକ୍ସ ୮୩.୧୭% କଟ୍‌ ଅଫ୍‌ ମାର୍କ ସହ ଆଗରେ ରହିଛି।
ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ୬ ରୁ ୧୦ ତାରିଖ ଅପରାହ୍ନ ୫ଟା ମଧ୍ୟରେ ଅନ୍‌ଲାଇନ୍‌ରେ ନାମ ଲେଖାଇପାରିବେ। ୬ରୁ ୧୧ତାରିଖ ମଧ୍ୟରେ ଛାତ୍ରୀଛାତ୍ରମାନେ ଅନ୍‌ଲାଇନରେ ଆନେକ୍ସର-୭ ଦାଖଲ କରିବେ। ୧୨ତାରିଖ ଦିନ ଅପରାହ୍ନ ୫ଟାରେ ଦ୍ୱିତୀୟ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ତାଲିକା ପ୍ରକାଶ ପାଇବ। ୧୪ ତାରିଖ ପୂର୍ବାହ୍ନ ୧ ଟାରେ ସ୍ପଟ୍‌ ନାମଲେଖା ପାଇଁ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ସ୍ପଟ୍‌ ନାମ ଲେଖା ପାଇଁ ମନୋନୀତ ଛାତ୍ରୀଛାତ୍ରମାନେ ୧୬ରୁ ୧୭ତାରିଖ ଅପରାହ୍ନ ୫ଟା ମଧ୍ୟରେ କଲେଜରେ ନାମ ପଞ୍ଜିକୃତ କରିବେ। ୧୯ରୁ ୨୧ତାରିଖ ମଧ୍ୟରେ ଫି’ ଦାଖଲ କରିବେ। ୨୩ ତାରିଖ ଅପରାହ୍ନ ୫ଟାରେ ସ୍ପଟ୍‌ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ତାଲିକା ପ୍ରକାଶ ପାଇବ। ୨୪ରେ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri